କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ଲୋକଙ୍କୁ ମିଳୁନି ପାଣି

କର୍ଲାମୁଣ୍ଡା,୯ା୧(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାରୁ ସାଧାରଣ ଲୋକଙ୍କ ପାଇଁ ବସୁଧା ଭଳି ଯୋଜନା ଅପହଞ୍ଚ ହୋଇପଡୁଛି।

ଏଭଳି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଦେଖିବାକୁ ମିଳିଛି। ବ୍ଲକର ପୁଟିଗାଁ ଉତେଇ ନଦୀରୁ ସ. ମାଲପଡ଼ା ପଞ୍ଚାୟତର ପୁଟିଗାଁ ଓ ରାଜପୁର ପଞ୍ଚାୟତର ବାଞ୍ଜିପଦର ପାଇଁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ୬ କୋଟି ୭୫ ଲକ୍ଷ ଟଙ୍କା ଅଟକଳରେ ଟେଣ୍ଡର ଜରିଆରେ ଜନୈକ ଠିକାଦାରଙ୍କ ଦ୍ୱାରା ତିନିବର୍ଷ ତଳେ କାର୍ଯ୍ୟ ଆରମ୍ଭ ହୋଇ ଉଭୟ ଗାଁରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ଅନ୍ୟାନ୍ୟ କାର୍ଯ୍ୟ ହେଇ ପାରି ନ ଥିବାରୁ ପୁଟିଗାଁ, ରାଜପୁର, ବାଞ୍ଜିପଦର ଗ୍ରାମବାସୀଙ୍କ ପାଇଁ ବସୁଧା ଯୋଜନା ଅପହଞ୍ଚ ହୋଇରହିଛି। ଶେଷ ଭାବେ ପୁଟିଗାଁରେ ଲୋକଙ୍କ ଘରକୁ ଘର ପାଇପ ସଂଯୋଗ ହେଇଥିଲେ ହେଁ ପାଣି ଆସୁ ନଥିବା ଗ୍ରାମର ମନୋଜ କୁମାର ସାହୁ ଅଭିଯୋଗ କରିଛନ୍ତି। ଉକ୍ତ ପ୍ରକଳ୍ପଟି ଜୁଲାଇ ୨୦୨୪ରେ ସମ୍ପୂର୍ଣ୍ଣ ହେବାକୁ ନିୟମ ରହିଥିବା ବେଳେ ପ୍ରକଳ୍ପଟି ଧାର୍ଯ୍ୟ ସମୟରେ ସରିପାରୁ ନାହିଁ। ଏ ନେଇ କର୍ଲାମୁଣ୍ଡା ବ୍ଲକ ଦାୟିତ୍ୱରେ ଥିବା ନର୍ଲା ବ୍ଲକ ବିଭାଗୀୟ ଯନ୍ତ୍ରୀ ପ୍ରଭାତ କୁମାର ସେଠୀଙ୍କୁ ପଚାରିବାରୁ ପ୍ରକଳ୍ପ କାର୍ଯ୍ୟକ୍ଷମରେ ବିଳମ୍ବ ହେଉଥିବାକୁ ସ୍ବୀକାର କରିବା ସହ ଠିକାଦାରଙ୍କ ବିଲ୍‌ ପାଇବାରେ ବିଳମ୍ବ ହେତୁ ଏଭଳି ପରିସ୍ଥିତି ସୃଷ୍ଟି ହେଇଛି। ଏବେ କମ୍‌ ଦିନ ଭିତରେ ପୁଟିଗାଁ ସମସ୍ୟାକୁ ସମାଧାନ କରାଯିବା ସହିତ ରାଜପୁର ପଞ୍ଚାୟତରେ ମଧ୍ୟ ବକେୟା ଥିବା କାର୍ଯ୍ୟକୁ ଶୀଘ୍ର ସାରିବା ଦିଗରେ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିବା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

ମଝି ଆକାଶରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍‌ ଅସୁସ୍ଥ ହୋଇପଡ଼ିବା…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍‌): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦…

ରୋହିତ ଶର୍ମାଙ୍କ ଉପରେ ଝୁଲୁଛି ଖଣ୍ଡା: ସବୁ ନିଷ୍ପତି ନେବ BCCI

ମୁମ୍ବାଇ,୩।୯: BCCI ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେବାକୁ ଯାଉଛି । ଏଠାରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସମ୍ଭାବନା ଅଛି। ଆୟରଲାଣ୍ଡ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri