୧୬୭ ଲକ୍ଷ କୋଟି ଖର୍ଚ୍ଚ ପରେ ବି ଆମେରିକା ଖାଲିହାତରେ ଫେରିଲା…

କାବୁଲ/ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ସ୍ବଦେଶ ବାହୁଡ଼ିଛନ୍ତି। ଅଗଷ୍ଟ ୩୧ର ଡେଡ୍‌ଲାଇନ୍‌ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଜ ସୈନ୍ୟବାହିନୀଙ୍କୁ ପ୍ରତ୍ୟାବର୍ତ୍ତନ କରାଇଛନ୍ତି। ଫଳରେ ଆଫଗାନିସ୍ତାନରେ ଆତଙ୍କବାଦୀ ସଂଗଠନର ଶାସନ ପୁଣି ଫେରିଛି। ଆମେରିକା ପକ୍ଷରୁ ଏଠାରେ ସୈନ୍ୟବାହିନୀ ମୁତୟନ କରାଯାଇଥିଲା। ଆଫଗାନିସ୍ତାନ ସରକାରଙ୍କ ସହିତ ମିଳିତ ଭାବେ ଆମେରିକା ତାଲିବାନ ବିରୋଧରେ ଲଢ଼େଇ ଜାରି ରଖିଥିଲା। ତେବେ ଶେଷରେ ୨୦ ବର୍ଷର ଲଢ଼େଇ ପରେ ଆମେରିକା ସୈନ୍ୟ ଖାଲିହାତରେ ସ୍ବଦେଶ ଫେରିଛନ୍ତି। ଆଫଗାନିସ୍ତାନରେ ୨୦୦୧ର ପୂର୍ବ ଦୟନୀୟ ଅବସ୍ଥା ପୁଣି ଫେରିବାକୁ ଯାଉଛି। ଅଜଣା ଭୟରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଆଫଗାନିସ୍ତାନ ଯୁଦ୍ଧରେ ଆମେରିକାର ୧୬୭ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ସେହିପରି ଆମେରିକା ସୈନ୍ୟବାହିନୀର ୬,୩୮୪ ସୈନ୍ୟଙ୍କ ଜୀବନ ମଧ୍ୟ ଯାଇଛି। ୯ଲକ୍ଷ ୭୦ ହଜାରରୁ ଅଧିକ ସୈନ୍ୟ ଆହତ ହୋଇଛନ୍ତି। ତାଲିବାନ ବିରୋଧୀ ଲଢ଼େଇରେ ୨ଲକ୍ଷ ୪୧ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ତାଲିବାନ୍‌ ଶିବିର ଉପରେ ହୋଇଥିବା ଆମେରିକାର ଡ୍ରୋନ୍‌ ଆକ୍ରମଣରେ ୭୧,୩୪୪ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ଭାରତର ପ୍ରତିରକ୍ଷା ବଜେଟର ୪୦ ଗୁଣା ଟଙ୍କା ଆମେରିକା ଆଫଗାନିସ୍ତାନରେ ଖର୍ଚ୍ଚ କରିଥିଲେ ବି କୌଣସି ସଫଳତା ମିଳି ନାହିଁ। ୨୦୨୧-୨୨ ପାଇଁ ଭାରତର ପ୍ରତିରକ୍ଷା ବଜେଟ୍‌ ୪.୭୮ ଲକ୍ଷ କୋଟି ରହିଛି। ଏହାଠାରୁ ଢ଼େର୍‌ ଅଧିକ ଖର୍ଚ୍ଚ କରି ମଧ୍ୟ ଆମେରିକା ସୈନ୍ୟବାହିନୀ ଆଫଗାନିସ୍ତାନ ଯୁୂଦ୍ଧରେ ବିଫଳ ହୋଇଛନ୍ତି। ଅମେରିକାର ପହରା ହଟିବା ପରେ ତାଲିବାନ ପକ୍ଷରୁ ଖୁସି ବ୍ୟକ୍ତ କରାଯାଇ କୁହାଯାଇଛି ଯେ, ଏବେ ଆମେ ସ୍ବାଧୀନ। ତେବେ ଆଫଗାନିସ୍ତାନର ଯୁବବର୍ଗଙ୍କ ଭବିଷ୍ୟତ ଉପରେ ସଙ୍କଟକ ସୃଷ୍ଟି ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri