ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍‌ର ୨ଟି ଡୋଜ୍‌ ନେବା ପରେ ବି ଶରୀରରେ ଆଣ୍ଟିବଡ଼ି ସୃଷ୍ଟି ହେଉ ନ ଥିବା ଘଟଣା ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଘଟିଛି। ଲକ୍ଷ୍ନୌ ମେଡ଼ିକାଲ କଲେଜ୍‌ରେ ଭାକ୍ସିନ୍‌ର ଉଭୟ ଡୋଜ୍‌ ନେଇଥିବା ବ୍ୟକ୍ତିଙ୍କ ସ୍କ୍ରିନିଂ ଟେଷ୍ଟ୍‌ରୁ ଏହା ଜଣାପଡ଼ିଛି। ଭାକ୍ସିନ୍‌ର ଦୁଇ ଡୋଜ୍‌ ନେଇଥିବା ୭ ପ୍ରତିଶତ ଲୋକଙ୍କଠାରେ ଆଣ୍ଟିବଡ଼ି ଜଣାପଡ଼ିଛି। ମେଡ଼ିକାଲ କଲେଜର ବ୍ଲଡ୍‌ ଆଣ୍ଡ୍‌ ଟ୍ରାନ୍ସଫ୍ୟୁଜନ ବିଭାଗରେ ଏହି ସ୍କ୍ରିନିଂ ଟେଷ୍ଟ୍‌ କରାଯାଇଥିଲା। ସ୍ଥାନୀୟ କିଙ୍ଗ ଜର୍ଜ ଚିକିତ୍ସା ବିଶ୍ୱବିଦ୍ୟାଳୟର ବ୍ଲଡ୍‌ ଆଣ୍ଡ୍‌ ଟ୍ରାନ୍ସଫ୍ୟୁଜନ ବିଭାଗରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟକର୍ମୀଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ଆଣ୍ଟିବଡ଼ି ଯାଞ୍ଚ୍‌ କରାଯାଇଥିଲା। ଦେଶରେ ଏଭଳି ସ୍କ୍ରିନି ପ୍ରଥମ ଥର ପାଇଁ କରାଯାଇଥିବା କୁହାଯାଉଛି। ଇତିମଧ୍ୟରେ ୧,୦୦୦ ଜଣଙ୍କ ଆଣ୍ଟିବଡ଼ି ଟେଷ୍ଟ୍‌ କରାଯାଇଛି। ଆଗାମୀ ଦିନରେ ପ୍ରାୟ ୪,୦୦୦ ଲୋକଙ୍କର ଟେଷ୍ଟ୍‌ କରାଯିବ। ଏଭଳି କାହିଁକି ହେଉଛି ସେ ନେଇ ଅଧିକ ଗବେଷଣା କରାଯିବାର ଆବଶ୍ୟକତା ରହିଥିବା ବ୍ଲଡ୍‌ ଆଣ୍ଡ୍‌ ଟ୍ରାନ୍ସଫ୍ୟୁଜନ ବିଭାଗର ମୁଖ୍ୟ ତୁଲିକା ଚନ୍ଦ୍ରା ପ୍ରକାଶ କରିଛନ୍ତି। ଭାକ୍ସିନ୍‌ର ଦୁଇ ଡୋଜ୍‌ ନେବା ପରେ ଶରୀରରେ ଆଣ୍ଟିବଡ଼ି ସୃଷ୍ଟି ନ ହେବା ପଛରେ କୌଣସି ହରମୋନ୍‌ର ପ୍ରଭାବ ରହିଛି କି ନାହିଁ ସେ ସମ୍ପର୍କରେ ଅଧିକ ଗବେଷଣା କରାଯିବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri