ଆନ୍ଦୋଳନ ପରେ ବି ପୂରଣ ହେଉନି ପଦବୀ: ପୁଣି ଆନ୍ଦୋଳନ ପାଇଁ ସଜବାଜ

ଦାରିଙ୍ଗବାଡି, ୧୪।୫ (ଅରୁଣ ସାହୁ):କୃଷି କ୍ଷେତ୍ରରେ ବିକାଶ ପାଇଁ ହେଉକି ସାଧାରଣ ବଣ୍ଟନରେ ହେଉ କିମ୍ବା ବିହନ ବଣ୍ଟନ ସହ ମିନି ବ୍ୟାଙ୍କ ଜରିଆରେ ଲୋକଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଦାରିଙ୍ଗବାଡି ବୃହଦାଗାର ବହୁମୁଖୀ ସମବାୟ ସମିତି ଲିମିଟେଡ଼ର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହୁଛି। କିନ୍ତୁ ଏବେ ଏହି ସମବାୟ ସମିତିରେ ଅନେକ ସମସ୍ୟା ରହିଥିଲେ ମଧ୍ୟ ସେଥିପ୍ରତି ଉଚ୍ଚ କର୍ତ୍ତୃପକ୍ଷ ଅବହେଳା ପ୍ରଦର୍ଶନ କରୁଛନ୍ତି। ଫଳରେ ସମୟ ଅନୁସାରେ ବୋର୍ଡ ବୈଠକ ହୋଇପାରୁନଥିବା ବେଳେ ସମିତିରେ ରହିଥିବା ଏକାଧିକ ବଣ୍ଟନକେନ୍ଦ୍ରର ସେଲ୍ସମ୍ୟାନ ପଦବୀ ଖାଲି ପଡିଛି। ତାକୁ ପୂରଣ କରିବାକୁ ପୂର୍ବରୁ ଦାବି ହୋଇଆସୁଥିବା ବେଳେ ଗତ ମାର୍ଚ୍ଚ-୨୦ରେ ସମିତିର ବୋର୍ଡ ସଦସ୍ୟମାନେ ଅନଶନରେ ବସିଥିଲେ। ପରଦିନ ବୋର୍ଡ ବୈଠକ ନିୟମିତ କରାଯିବା ସହ ଖାଲି ରହିଥିବା ସେଲ୍ସମ୍ୟାନ ପଦବୀ ପୂରଣ କରାଯିବା ପାଇଁ ପ୍ରତିଶୃତି ମିଳିବା ପରେ ଅନଶନ ଭଙ୍ଗ ହୋଇଥିଲେ ମଧ୍ୟ ଆଜି ସୁଦ୍ଧା ନା ବୋର୍ଡ ବୈଠକ ବସିଛି ନା ଖାଲି ପଦବୀ ପୁରଣ ହୋଇପାରିଛି। ତାକୁ ନେଇ ପୁଣି ଅସନ୍ତୋଷ ତେଜିବା ସହ ବୋର୍ଡ ସଦସ୍ୟମାନେ ପୁଣି ଆନ୍ଦୋଳନ ପାଇଁ ସଜବାଜ ହେଉଥିବା ବୋର୍ଡ ସଦସ୍ୟ ଚକ୍ରଧର ମଲିକ, ସାଧୁ ନାୟକ, ପଠାଣ ସାହୁ ପ୍ରମୁଖ ଚେତାବନୀ ଦେଇଛନ୍ତି। ସେହିପରି ଏନେଇ ସମିତିର ଅଧ୍ୟକ୍ଷ ଲିଲିମା ପ୍ରଧାନ ସମିତିର ପରିଚାଳିକା ବିଷ୍ଣୁପ୍ରିୟା ପ୍ରଧାନଙ୍କୁ ୭ ଦିନ ମଧ୍ୟରେ ଜବାବ ଦେବାକୁ ଚିଠି ଲେଖିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri