Posted inଫୁରସତ

ଶିକ୍ଷକଙ୍କ ମୃତ୍ୟୁ ପରେ ମଧ୍ୟ ୧୮ ମାସ ପର୍ଯ୍ୟନ୍ତ ଆସୁଥିଲା ଦରମା, ଏମିତି ଜଣାପଡ଼ିଲା..

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ବି ତାଙ୍କ ଆକାଉଣ୍ଟ ୧୮ ମାସ ଧରି ଦରମା ଆସିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।

ମୃତ ଶିକ୍ଷକ ହେଲେ ଅରବିନ୍ଦ କୁମାର। ସେ ଉତ୍ତରପ୍ରଦେଶର ପିଲିବିଟ ସ୍ଥିତ ବିଲସାଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ତାଙ୍କ ମତ୍ୟୁ ୨୨ ମେ’ ୨୦୧୬ରେ ହୋଇଥିଲା। ହେଲେ ଯେତେବେଳେ କୁମାରଙ୍କ ପତ୍ନୀ ଅନୁକମ୍ପା ଆଧାରରେ ଚାକିରି ପାଇଁ ଆବେଦନ କରିବା ସମୟରେ ଘଟଣା ବିଷୟରେ ଜଣା ପଡ଼ିଥିଲା। ରେକର୍ଡଗୁଡିକ ଯାଞ୍ଚ କରିବା ପରେ ମୌଳିକ ଶିକ୍ଷା ଅଧିକାରୀ (ବିଏସ୍‌ଏ) ଜାଣିବାକୁ ସବିଶେଷ ଜାଣିବାକୁ ପାଇଥିଲେ।

କୁମାରଙ୍କୁ ନଭେମ୍ବର ୨୦୧୭ ପର୍ଯ୍ୟନ୍ତ ଦରମା ମିଳିଛି। ବିଏସଏ ଦେବେନ୍ଦ୍ର ସ୍ବରୂପ କହିଛନ୍ତି, ଆକାଉଣ୍ଟ ବିଭାଗ ଦ୍ୱାରା ଏହାର ସମୀକ୍ଷା କରାଯାଉଥିବା ବେଳେ ଅନିୟମିତତା ଘଟଣା ସାମ୍ନାକୁ ଆସିଥିଲା। କୁମାର ୫ ନଭେମ୍ବର ୨୦୧୫ ରେ ଶିକ୍ଷକ ଭାବରେ ଡ୍ୟୁଟିରେ ଯୋଗ ଦେଇଥିଲେ। ୨୨ ମେ’ ୨୦୧୬ରେ ତାଙ୍କର ମୃତ୍ୟୁ ଘଟିଥିଲା। ହେଲେ ଆକାଉଣ୍ଟ ବିଭାଗ ତାଙ୍କ ମାସିକ ଦରମାକୁ ନଭେମ୍ବର ୨୦୧୭ ପର୍ଯ୍ୟନ୍ତ ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇ ଆସୁଥିଲା।

ବିଏସଏ ଏହି ଘଟଣାକୁ ଗୁରୁତର ଭାବେ ଗ୍ରହଣ କରିଛି। ସେ ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri