Posted inଫୁରସତ

ଶିକ୍ଷକଙ୍କ ମୃତ୍ୟୁ ପରେ ମଧ୍ୟ ୧୮ ମାସ ପର୍ଯ୍ୟନ୍ତ ଆସୁଥିଲା ଦରମା, ଏମିତି ଜଣାପଡ଼ିଲା..

ନୂଆଦିଲ୍ଲୀ: ଉତ୍ତରପ୍ରଦେଶରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଶିକ୍ଷକଙ୍କ ମୃତ୍ୟୁ ପରେ ବି ତାଙ୍କ ଆକାଉଣ୍ଟ ୧୮ ମାସ ଧରି ଦରମା ଆସିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।

ମୃତ ଶିକ୍ଷକ ହେଲେ ଅରବିନ୍ଦ କୁମାର। ସେ ଉତ୍ତରପ୍ରଦେଶର ପିଲିବିଟ ସ୍ଥିତ ବିଲସାଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ତାଙ୍କ ମତ୍ୟୁ ୨୨ ମେ’ ୨୦୧୬ରେ ହୋଇଥିଲା। ହେଲେ ଯେତେବେଳେ କୁମାରଙ୍କ ପତ୍ନୀ ଅନୁକମ୍ପା ଆଧାରରେ ଚାକିରି ପାଇଁ ଆବେଦନ କରିବା ସମୟରେ ଘଟଣା ବିଷୟରେ ଜଣା ପଡ଼ିଥିଲା। ରେକର୍ଡଗୁଡିକ ଯାଞ୍ଚ କରିବା ପରେ ମୌଳିକ ଶିକ୍ଷା ଅଧିକାରୀ (ବିଏସ୍‌ଏ) ଜାଣିବାକୁ ସବିଶେଷ ଜାଣିବାକୁ ପାଇଥିଲେ।

କୁମାରଙ୍କୁ ନଭେମ୍ବର ୨୦୧୭ ପର୍ଯ୍ୟନ୍ତ ଦରମା ମିଳିଛି। ବିଏସଏ ଦେବେନ୍ଦ୍ର ସ୍ବରୂପ କହିଛନ୍ତି, ଆକାଉଣ୍ଟ ବିଭାଗ ଦ୍ୱାରା ଏହାର ସମୀକ୍ଷା କରାଯାଉଥିବା ବେଳେ ଅନିୟମିତତା ଘଟଣା ସାମ୍ନାକୁ ଆସିଥିଲା। କୁମାର ୫ ନଭେମ୍ବର ୨୦୧୫ ରେ ଶିକ୍ଷକ ଭାବରେ ଡ୍ୟୁଟିରେ ଯୋଗ ଦେଇଥିଲେ। ୨୨ ମେ’ ୨୦୧୬ରେ ତାଙ୍କର ମୃତ୍ୟୁ ଘଟିଥିଲା। ହେଲେ ଆକାଉଣ୍ଟ ବିଭାଗ ତାଙ୍କ ମାସିକ ଦରମାକୁ ନଭେମ୍ବର ୨୦୧୭ ପର୍ଯ୍ୟନ୍ତ ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇ ଆସୁଥିଲା।

ବିଏସଏ ଏହି ଘଟଣାକୁ ଗୁରୁତର ଭାବେ ଗ୍ରହଣ କରିଛି। ସେ ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦାଖଲ କରିବାକୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri