ଦୁଇ ଦିନ ପରେ ବି ମିଳୁନି ସମୁଦ୍ରରେ ନିଖୋଜ ଛାତ୍ରଙ୍କ ପତ୍ତା

ଛତ୍ରପୁର,୨୧।୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା କେ.ଆର୍ଯ୍ୟପଲ୍ଲୀ ସମୁଦ୍ର ନିକଟରେ ଗାଧେଇବା ବେଳେ ଭାସି ଯାଇ ଡିପ୍ଲୋମା ଛାତ୍ର ହେମନସେନ ବେହେରାଙ୍କ ନିଖୋଜ ଘଟଣାକୁ ଦୁଇ ଦିନରୁ ଅଧିକ ସମୟ ବିତିଯାଇଥିଲେ ସୁଦ୍ଧା ଉଦ୍ଧାର ହୋଇପାରିନାହିଁ । ଶୁକ୍ରବାର ସକାଳୁ ଗଞ୍ଜାମ ବ୍ଲକ ଗୋଖରକୁଦା ଋଷିକୁଲ୍ୟା ମୁହାଣ ନିକଟରେ ଏକ ମୃତଦେହ ଭାସୁଥିବାର ଖବର ଚାରିଆଡେ ପ୍ରକାଶ ପାଇଥିଲା। ତୁରନ୍ତ ଓଡ୍ରାଫ ୟୁନିଟ୍‌ ଓ ଆର୍ଯ୍ୟପଲ୍ଲୀ ଗ୍ରାମାବସୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିଥିଲେ ହେଁ ତାହା ମିଥ୍ୟା ଖବର ବୋଲି ଜଣାପଡିଥିଲା। ଏହାକୁ ନେଇ ପରିବାରଲୋକେ ଭାଙ୍ଗି ପଡ଼ିଛନ୍ତି।

ଏପରିକି ଗୁରୁବାର ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱରରୁ ଏକ ହେଲିକାପ୍ଟର ଆସି ସମୁଦ୍ରରେ ଦୀର୍ଘ ୨ ଘଣ୍ଟା ଧରି ଆକାଶମାର୍ଗରୁ ଖୋଜାଖୋଜି କରିଥିଲା। ତଥାପି ନିଖୋଜ ଛାତ୍ରଙ୍କ ପତ୍ତା ମିଳିପାରି ନ ଥିଲା । ଓଡ୍ରାଫ,ଅଗ୍ନିଶ୍ରମ ବିଭାଗ,ତଟରକ୍ଷା ବାହିନୀ ମଧ୍ୟ ସମୁଦ୍ରରେ ବହୁ ସମୟ ଖୋଜାଖୋଜି କରିଥିଲେ ବି ସନ୍ଧାନ ମିଳିପାରିନାହିଁ।

ସୂଚନା ଥାଉ କି, ବୁଧବାର ଅପରାହ୍ନ ୫ଟାରେ କେ.ଆର୍ଯ୍ୟପଲ୍ଲୀ ଗ୍ରାମର ତୁରନସେନ ବେହେରାଙ୍କ ସାନ ପୁଅ ହେମନସେନ ବେହେରାଙ୍କ ସମେତ ୫ ଜଣ ସାଙ୍କ ସମୁଦ୍ରରେ ଗାଧୋଇବାକୁ ଯାଇଥିଲେ । ଉଚ୍ଚ ଜୁଆର ଆସିବାରୁ ହେମନସେନ ବେହେରା ଭାସି ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri