ବର୍ଷେ ପରେ ବି ହୋଇପାରିଲାନି ଜମି ଚିହ୍ନଟ

କେସିଙ୍ଗା,୧୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଫଟକାମାଲ ପଞ୍ଚାୟତରେ ସରକାରୀ ଗୋଚରଜମି ଉଚ୍ଛେଦ ପାଇଁ ମଙ୍ଗଳବାର ତହସିଲଦାର କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହା ସହ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ସରପଞ୍ଚ ସଙ୍ଘର ସଭାପତି ସୁବୋଧ ରଣାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ହୋଇଛି। ଉକ୍ତ ପଞ୍ଚାୟତରେ ୧୫୦ ଏକର ଜମିକୁ ଗ୍ରାମର ବହୁ ଲୋକେ ଜବରଦଖଲକରି ଚାଷକରି ଆସୁଛନ୍ତି। ଜମି ଲାଗି ସରକାରୀ କାର୍ଯ୍ୟକ୍ରମରେ ଘୋର ସମସ୍ୟା ଦେଖା ଯାଉଥିବାରୁ ଜିଲାପାଳ ଓ ତହସିଲଦାରଙ୍କୁ ଏକ ବର୍ଷ ଧରି ଅଭିଯୋଗ ହୋଇ ଆସୁଛି। ରାଜ୍ୟ ସରକାରଙ୍କ ଅମୃତ ସରବୋର ଯୋଜନାରେ ପାଣିଟାଙ୍କି ନିର୍ମାଣ ପାଇଁ ଡାଇରେକ୍ଟର ସ୍ପେସିଆଲ ପ୍ରୋଜେକ୍ଟ ପକ୍ଷରୁ ଫଟକାମାଲକୁ ମଞ୍ଜୁରୀ ମିଳିଛି। ମଞ୍ଜୁରୀ ମିଳିଥିବା ବେଳେ ଉକ୍ତ ପଞ୍ଚାୟତ ପକ୍ଷରୁ ଜିଲାପାଳ, କେସିଙ୍ଗା ତହସିଲଦାରଙ୍କୁ ଜାନୁୟାରୀରେ ସ୍ଥାନ ଚିହ୍ନଟ ପାଇଁ କୁହାଯାଇଥିଲ। ତେବେ ଏହାକୁ ଏକବର୍ଷ ବିତିଥିଲେ ସୁଦ୍ଧା ଏଯାବତ୍‌ ଜମି ଚିହ୍ନଟ ହୋଇପାରି ନାହିଁ। ଏ ନେଇ ମଙ୍ଗଳବାର କେସିଙ୍ଗା ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୧୦ ଦିନ ମଧ୍ୟରେ ଜମି ଚିହ୍ନଟ ପ୍ରତିଶ୍ରୁତି ପରେ ଲୋକେ ଆନ୍ଦୋଳନରୁ ହଟିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri