୨ ସନ୍ତାନଙ୍କ ବାପା ହୋଇ ସୁଦ୍ଧା ୧୬ବର୍ଷ ସାନ ଅଭିନେତ୍ରୀଙ୍କୁ ବିବାହ କରିବାକୁ ଚାହୁଁଥିଲେ ଏହି ଅଭିନେତା, ଏମିତି ସର୍ତ୍ତ ଶୁଣି…

ବଲିଉଡର ସବୁଠାରୁ ସୁନ୍ଦର ଅଭିନେତ୍ରୀମାନଙ୍କ ମଧ୍ୟରୁ ମମତାଜ ଅନ୍ୟତମ। ଅନେକ ଫିଲ୍ମରେ କାମ କରି ସେ ଦର୍ଶକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ। ୬୦ ଓ ୭୦ ଦଶକରେ ମମତାଜ ବଲିଉଡରେ ରାଜ କରିଥିଲେ। ଅନ୍ୟପକ୍ଷରେ ଶମି କପୁର ଜଣେ ରୋମାଣ୍ଟିକ ହିରୋ ଭାବରେ ବଲିଉଡରେ ବହୁତ ଲୋକପ୍ରିୟ ଥିଲେ। ସେ ପ୍ରସିଦ୍ଧ ଅଭିନେତ୍ରୀ ଗୀତା ବାଲିଙ୍କୁ ପ୍ରେମ ବିବାହ କରିଥିଲେ। ତେବେ ତାଙ୍କ ପିତା ପୃଥୀରାଜ କପୁର ଏବଂ ଗୀତାଙ୍କ ପରିବାର ଏହି ବିବାହକୁ ବିରୋଧ କରିଥିଲେ। ଏ ନେଇ ଦୁହେଁ ମନ୍ଦିରରେ ବିବାହ କରିଥିଲେ। ବିବାହ ପରେ ଉଭୟଙ୍କ ପରିବାର ଏହି ବିବାହରେ ସହମତ ହୋଇଥିଲେ। ଶମି ଏବଂ ଗୀତାଙ୍କର ଦୁଇଟି ସନ୍ତାନ ଥିଲେ। ସେମାନଙ୍କ ବିବାହର ମାତ୍ର ୧୦ବର୍ଷ ପରେ ଗୀତା ରୋଗରେ ମୃତ୍ୟୁ ବରଣ କଲେ।

ପରେ ତାଙ୍କ ଘର ଲୋକ ଦୁଇ ଛୁଆଙ୍କ ଯତ୍ନ ପାଇଁ ତାଙ୍କୁ ଦ୍ୱିତୀୟ ବିବାହ କରିବାକୁ କହିଥିଲେ। ଏହି ସମୟରେ ଫିଲ୍ମ ବ୍ରହ୍ମଚାରି ଶୁଟିଂ ଚାଲିଥିଲା। ଶୁଟିଂ ସେଟ୍‌ରେ ମମତାଜ କହିଥିଲେ, ଶମି ତାଙ୍କ ଉପରେ ଫିଦା। ସେ ତାଙ୍କର ପ୍ରଥମ କ୍ରସ। ପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଲା। ଦୁହେଁ ବହୁତ ନିକଟତର ହୋଇଥିଲେ। ଦିନେ ଶମିି ମମତାଜଙ୍କୁ ବିବାହ ପ୍ରସ୍ତାବ ଦେଇଥିଲେ।

ସେ ମଧ୍ୟ ସର୍ତ୍ତ ରଖିଥିଲେ ଯେ, ବିବାହ ପରେ ସେ ଫିଲ୍ମରେ କାମ କରିବେ ନାହିଁ, ବରଂ ଘରେ ରହି ନିଜ ପିଲାମାନଙ୍କର ଯତ୍ନ ନେବେ। ମମତାଜ ସେତେବେଳେ ୧୮ ବର୍ଷ ହୋଇଥିଲେ ଏବଂ ବଲିଉଡରେ ନିଜର ପରିଚୟ ସୃଷ୍ଟି କରିବାକୁ ସଂଘର୍ଷ କରୁଥିଲେ। ଶମିଙ୍କ ଏହି ସର୍ତ୍ତ ଅଫର ଶୁଣି ସେ ଆଶ୍ଚର୍ଯ୍ୟ ହୋଇଗଲେ।

ଶମି ତାଙ୍କଠାରୁ ପ୍ରାୟ ୧୬ ବର୍ଷ ବଡ ଥିଲେ। ବୟସର ଏହି ବ୍ୟବଧାନ ଏବଂ ମମତାଜଙ୍କ ସାମ୍ନାରେ ଦୀର୍ଘ କ୍ୟାରିଅର୍‌, ଏହାକୁ ବିଚାର କରିବା ପରେ ମମତାଜ ଶମିଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିଲେ। ଶମିି ହୃଦୟ ଭାଙ୍ଗି ଯାଇଥିଲା। ପରେ ସେ କୌଣସି ନାୟିକାଙ୍କୁ ବିବାହ ନକରିବାକୁ ସ୍ଥିର କଲେ ଏବଂ ନୀଲା ଦେବୀଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri