Posted inଖେଳ

୪୬ ବର୍ଷରେ ବି ଚୌକା-ଛକା ବର୍ଷା କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୨: ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦି ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ସେ ଯେତେବେଳେ ପଡ଼ିଆକୁ ଆସନ୍ତି,ବୋଲରମାନଙ୍କୁ ଅଡୁଆରେ ପକାନ୍ତି। ଆଫ୍ରିଦି ଇନିଂସର ପ୍ରଥମ ବଲରୁ ବିସ୍ଫୋରକ ଖେଳିବା ଆରମ୍ଭ କରନ୍ତି।
କିନ୍ତୁ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ପ୍ରଶଂସକମାନେ ଆଫ୍ରିଦିଙ୍କ ବିସ୍ଫୋରକ ଇନିଂସକୁ ବହୁତ ମିସ କରନ୍ତି। କିନ୍ତୁ ଆଜିକାଲି ପାକିସ୍ତାନରେ ଖେଳାଯାଉଥିବା ସିନ୍ଧ ପ୍ରିମିୟର ଲିଗ ଖେଳୁଛନ୍ତି ଆଫ୍ରିଦ। ଲିଗରେ ଆଫ୍ରିଦିଙ୍କର ସମାନ ପୁରୁଣା ଏବଂ ବିସ୍ଫୋରକ ଶୈଳୀ ଦେଖିବାକୁ ମିଳିଥିଲା ।
ଆଫ୍ରିଦି ଲିଗରେ ବେନାଜିରାବାଦ ରେଡ୍ସ ପାଇଁ ଖେଳୁଛନ୍ତି। ଟୁର୍ନାମେଣ୍ଟରେ ମିରପୁରଖାସ୍‌ ଟାଇଗର୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଲାଲା ନାମରେ ଜଣାଶୁଣା ଶାହିଦ ଆଫ୍ରିଦି ୩୨ ବଲରେ ୫୦ ରନ୍‌ର ଚମତ୍କାର ଇନିଂସ ଖେଳିଥିଲେ। ତାଙ୍କର ଏହି ଇନିଂସରେ ୪ ଚୌକା ଓ ୪ ଛକା ସାମିଲ ଅଛି। ଏହି ଇନିଂସ ସହିତ ଆଫ୍ରିଦି ପ୍ରଶଂସକମାନଙ୍କୁ ତାଙ୍କର ପୁରୁଣା ଶୈଳୀ ବିଷୟରେ ମନେ ପକାଇଲେ।
ଆଫ୍ରିଦି, ମେ ୩୧, ୨୦୧୮ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ତାଙ୍କ କ୍ୟାରିୟରର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। କିନ୍ତୁ ଆଫ୍ରିଦି ଏହି ମ୍ୟାଚ ପାକିସ୍ତାନ ପାଇଁ ନୁହେଁ ବରଂ ଆଇସିସି ୱାଲର୍‌ଡ ଏକାଦଶ ପାଇଁ ଖେଳିଥିଲେ।
ଆଫ୍ରିଦି ପାକିସ୍ତାନ ପାଇଁ ତିନୋଟି ଫର୍ମାଟ ଖେଳିଥିଲେ। ସେ ୧୯୯୬ ରୁ ୨୦୧୮ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ସେ ତାଙ୍କ କ୍ୟାରିୟରରେ ୨୭ ଟେଷ୍ଟ, ୩୯୮ ଦିନିକିଆ ଏବଂ ୯୯ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri