Posted inଜାତୀୟ

କେନ୍ଦ୍ର ସରକାର ଉପରେ ବର୍ଷିଲେ ଏମ୍‌ପି ସଞ୍ଜୟ ସିଂହ, କହିଲେ ‘ମଣିପୁର ପରିସ୍ଥିତିକୁ ନେଇ ଭଗବାନ ବି କାନ୍ଦୁଛନ୍ତି’

ନୂଆଦିଲ୍ଲୀ,୨୬।୭: ଦେଶର ଉତ୍ତର-ପୂର୍ବ ରାଜ୍ୟ ମଣିପୁରରେ ୮୦ ଦିନରୁ ଅଧିକ ସମୟ ଧରି ହିଂସା ଜାରି ରହିଛି। ଏହାକୁ ନେଇ ସଂସଦରେ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳୁଛି। ବିଶେଷକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୃହରେ ଜବାବ ରଖନ୍ତୁ ବୋଲି ବିରୋଧୀ ଦାବି କରି ଆସୁଛନ୍ତି। ଏହି କ୍ରମରେ ବୁଧବାର ରାଜ୍ୟ ସଭାରୁ ନିଲମ୍ବିତ ଆମ ଆଦମୀ ପାର୍ଟି ଏମ୍‌ପି ସଞ୍ଜୟ ସିଂହ କହିଛନ୍ତି, ପ୍ରଧାନମନ୍ତ୍ରୀ କାଲି ଭାରତର ଅପମାନ କରିଥିଲେ। ମଣିପୁର ପ୍ରସଙ୍ଗରୁ ଧ୍ୟାନ ହଟାଇବାକୁ ଚେଷ୍ଟା କରିଥିଲେ। କେବଳ ଏତିକି ନୁହେଁ ‘ଇଣ୍ଡିଆ’କୁ ଆତଙ୍କବାଦୀ ଗୋଷ୍ଠୀ ସହ ତୁଳନା କରିଥିଲେ। ଆମର ଅପମାନ କର ହେଲେ ଦେଶକୁ ଅପମାନ କର ନାହିଁ। ତେବେ ଏହାକୁ ନେଇ ପ୍ରଧାନମନ୍ତ୍ରୀ ହାତ ଯୋଡ଼ି କ୍ଷମା ମାଗନ୍ତୁ ବୋଲି ସେ କହିଛନ୍ତି।

ସଞ୍ଜୟ ଆହୁରି ମଧ୍ୟ କହିଛନ୍ତି, ମଣିପୁର ଅବସ୍ଥା ବିଗିଡ଼ିବାରେ ଲାଗିଛି। ଆଜି ଦିଲ୍ଲୀରେ ପ୍ରବଳ ବର୍ଷା ହେଉଛି। ବୋଧହୁଏ ଭଗବାନ ମଧ୍ୟ ମଣିପୁର ଘଟଣାରେ କାନ୍ଦୁଛନ୍ତି। କେବଳ ଗୋଟିଏ ପ୍ରଶ୍ନ ପଚାରିବାକୁ ଚାହିଁବି ଯେ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ କେବେ ଗୃହରେ କହିବେ? ଏହାଛଡ଼ା ପ୍ରଧାନମନ୍ତ୍ରୀ ଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଅଣାଯାଉଥିବାକୁ ନେଇ ସେ ଖୁସି ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri