Posted inଜାତୀୟ

ପ୍ରଧାନମନ୍ତ୍ରୀ-ଶାହା ବିଧାନସଭା ନିର୍ବାଚନ ଲଢ଼ିଲେ ବି ଗଡ଼ ବଞ୍ଚାଇବା ହେବ କଷ୍ଟକର: କଂଗ୍ରେସ…

ଭୋପାଳ,୨୮।୯ : କଂଗ୍ରେସର ଜନ ଆକ୍ରୋଶ ଯାତ୍ରା ମଧ୍ୟପ୍ରଦେଶର ଟିକମଗଡରେ ପହଞ୍ଚିଛି। ସହରର ଅନେକ ସ୍ଥାନରେ କଂଗ୍ରେସ କର୍ମୀମାନେ ଯାତ୍ରାର ଦାୟିତ୍ୱରେ ଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅରୁଣ ଯାଦବଙ୍କୁ ସ୍ବାଗତ କରିଛନ୍ତି। ସହର ଭ୍ରମଣ ପରେ ଗାନ୍ଧୀ ଛକରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଥିଲା । ସଭାରେ ଅରୁଣ ଯାଦବ ଭାଜପାକୁ କଟାକ୍ଷ କରିଛନ୍ତି।

ସେ କହିଛନ୍ତି ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହାଁନ୍ତି, ତେବେ ସେମାନଙ୍କୁ ମଧ୍ୟ ସ୍ବାଗତ। ତେବେ ସେମାନେ ଲଢ଼ିଲେ ବି ଗଡ଼ ବଞ୍ଚାଇବା କଷ୍ଟକର ହେବ।

ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟକୁ ଲଗାତାର ୭ ଥର ଗସ୍ତ କରିଛନ୍ତି। ସେହିପରି ଶାହା ମଧ୍ୟ ବାରମ୍ବାର ବୈଠକ କରୁଛନ୍ତି। ଏଥିରୁ ସ୍ପଷ୍ଟ ଭାଜପା ମନରେ ଭୟ ରହିଛି। ୨୦୨୩ ବିଧାନସଭା ନିର୍ବାଚନରେ ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ କଂଗ୍ରେସ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। ଭାଜପା ଫଳାଫଳ ନିଜ ପକ୍ଷରେ ନ ଯିବା ହୃଦୟଙ୍ଗମ କରି ସାରିଛି। ଭାଜପା ଫଳାଫଳ ନିଜ ପକ୍ଷରେ ନ ଯିବା ହୃଦୟଙ୍ଗମ କରି ସାରିଛି। ତେଣୁ ଦଳର ବଡ଼ ବଡ଼ ନେତା ରାଜ୍ୟକୁ ବାରମ୍ବାର ଗସ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri