କେନ୍ଦ୍ର ସରକାର ନ ଦେଲେ ବି ଆମେ ମାଗଣାରେ ଦେବୁ କରୋନା ଟିକା: କେଜରିୱାଲ

ନୂଆଦିଲ୍ଲୀ,୧୩ ।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ବୁଧବାର ଏକ ବଡ ଘୋଷଣା କରିଛନ୍ତି । କରୋନା ଭାଇରସଠାରୁ ଦୂରେଇ ରହିବାକୁ ଏବେ କରୋନା ଭ୍ୟାକ୍ସିନ ଆମ ନିକଟରେ ପହଞ୍ଚିଯାଇଛି । ତେବେ ପ୍ରଥମ ପର୍ଯ୍ୟାୟରେ ଏହା କେବଳ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର ଫ୍ରଣ୍ଟ ଲାଇନ ୱାରିୟର୍ସଙ୍କୁ ଦିଆଯିବାକୁ ସ୍ଥିର କରାଯାଇଛି । ତେବେ ଏହି କରୋନା ଟିକା ମାଗଣାରେ ମିଳୁ ବୋଲି ଦାବି କରାଯାଉଛି । ଏହି ସମୟ ମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଛନ୍ତି ଯଦି କେନ୍ଦ୍ର ସରକାର ମାଗଣା କରୋନା ଟିକା ନ ଦିଅନ୍ତି ତେବେ ଦିଲ୍ଲୀ ସରକାର ଦିଲ୍ଲୀବାସୀଙ୍କୁ ମାଗଣାରେ କରୋନା ଟିକା ଯୋଗାଇ ଦେବେ । ଆସନ୍ତା ୧୬ ତାରିଖରେ ସାରା ଦେଶରେ ଟିକାକରଣ ଆରମ୍ଭ ହେଉଥିବା ବେଳେ ଏହାକୁ ନେଇ କେହି ଯେମିତି ଭୁଲ ତଥ୍ୟ ପ୍ରକାଶ ନ କରନ୍ତୁ ବୋଲି କେଜରିୱାଲ କହିଛନ୍ତି । ବିଶେଷଜ୍ଞ ଓ କେନ୍ଦ୍ର ସରକାର ସବୁ ପ୍ରୋଟୋକଲକୁ ଦୃଷ୍ଟିରେ ରଖି ଏହି କରୋନା ଟିକା ପ୍ରସ୍ତୁତ କରି ଥିବାରୁ ଏହା ନିଶ୍ଚୟ ଫଳପ୍ରଦ ହେବ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ କେଜରିୱଲେ ସମସ୍ତ ଦେଶବାସୀଙ୍କୁ କରୋନା ଟିକା ମାଗଣାରେ ଯୋଗାଇ ଦେବାକୁ ଅନୁରୋଧ କରିଥିଲେ ବି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହାର କୌଣସି ଉତ୍ତର ମିଳିପାରି ନାହିଁ ।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…

ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…

”ବୋହୂ ପେନଶନରେ ଶାଶୂଙ୍କ ଅଧିକାର ନାହିଁ”: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୮।୧୦: ୮୩ ବର୍ଷୀୟା ଜଣେ ବୃଦ୍ଧା ମହିଳାଙ୍କୁ ନିଜ ସ୍ୱର୍ଗତ ପୁଅର ସ୍ତ୍ରୀ ଅର୍ଥାତ ନିଜ ବିଧବା ବୋହୂଠାରୁ ପେନସନର ଅଂଶ ମାଗିବା ମହଙ୍ଗା ପଡ଼ିଲା। ତାଙ୍କ…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?