ସ୍କୁଲ ଖୋଲିଲେ ବି ସପ୍ତାହଯାକ ହେବନି ପାଠପଢ଼ା

ଭୁବନେଶ୍ୱର,୨୭।୨(ବ୍ୟୁରୋ): କରୋନା ସଂକ୍ରମଣ କିମିଥିବା ବେଳେ ସ୍କୁଲ ଖୋଲିବା ନେଇ ୨୫ ତାରିଖରେ ବିଭାଗର ସମୀକ୍ଷା ବୈଠକ ବସିଥିଲା । ସେଥିରେ ସ୍କୁଲ ଖୋଲିବା ଉପରେ ଆଲୋଚନା ହୋଇଛି । ସୋମବାର ଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସ ଖୋଲିବ । ସପ୍ତାହ ସାରା କେବଳ ଆକ୍ଟିଭ କରାଯିବ, ପାଠ ପଢ଼ାଯିବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ପିଲାମାନେ ଦୁଇ ବର୍ଷ ହେବ ସ୍କୁଲରେ ପାଠ ପଢି ନାହାନ୍ତି । ଏଥିପାଇଁ ସ୍ବତନ୍ତ୍ର ପୁସ୍ତିକା ପ୍ରକାଶ କରାଯାଇ ପିଲାଙ୍କ କୋର୍ସରେ ମିଶ୍ରଣ କରାଯିବ। ଯାହାଫଳରେ ପିଲାମାନେ ପଛେଇ ଯିବେ ନାହିଁ । ଦଶମ ଦ୍ୱାଦଶ ପରୀକ୍ଷା ନେଇ ସମୀକ୍ଷା କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଭିନ୍ନ ଷ୍ଟେଟ ହୋଲ୍‌ଡରଙ୍କ ସହ ଆଲୋଚନା ଜାରି ରଖିଛନ୍ତି । ଦୁଇ ବୋର୍ଡ଼ ରିପୋର୍ଟ ଆଧାରରେ ପରୀକ୍ଷା ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?