Posted inଜାତୀୟ

ପୀଡ଼ିତାଙ୍କ ଶରୀରରେ କ୍ଷତଚିହ୍ନ ନ ଥିଲେ ବି ଅଭିଯୋଗ କୋହଳ ହେବ ନାହିଁ, ହାଇକୋର୍ଟଙ୍କ ରାୟ…

କୋଲକାତା,୧୯।୨ : ବଳାତ୍କାର ମାମଲାରେ ପୀଡ଼ିତାଙ୍କ ଶରୀରରେ କ୍ଷତଚିହ୍ନ ନ ଥିଲେ ବି ଅଭିଯୋଗ କୋହଳ ହେବ ନାହିଁ। ଜଣେ ନାବାଳିକଙ୍କର ବଳାତ୍କାର ମାମଲାର ବିଚାର ସମୟରେ କୋଲକାତା ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। ବିଚାରପତି ବିଭାସ ପଟ୍ଟନାୟକ ଏବଂ ଜୟମାଲୟ ବାଗ୍‌ଚିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ୭ ବର୍ଷ ବୟସ୍କା ଜଣେ ନାବାଳିକଙ୍କ ବଳାତ୍କାର ମାମଲାର ବିଚାର କରି ଏଭଳି କହିଛନ୍ତି।

ପ୍ରତିପକ୍ଷ ଆଇନଜୀବୀଙ୍କ ପକ୍ଷରୁ ଅଭିଯୁକ୍ତଙ୍କ ବକ୍ତବ୍ୟକୁ ଉପସ୍ଥାପନ କରାଯାଇ କୁହାଯାଇଥିଲା ଯେ, ପୀଡ଼ିତାଙ୍କ ଶରୀରରେ କୌଣସି କ୍ଷତଚିହ୍ନ ନାହିଁ। ତେବେ ଖଣ୍ଡପୀଠ କହିଥିଲେ, କ୍ଷତଚିହ୍ନ ନ ଥିଲେ ବି ଅଭିଯୋଗକୁ କୋହଳ କରାଯାଇ ପାରିବ ନାହିଁ।

ସେସନ୍ସ୍‌ କୋର୍ଟ ଅଭିଯୁକ୍ତଙ୍କୁ ଭାରତୀୟ ଦଣ୍ଡ ସଂହିତା ଧାରା ୩୭୬(୨)(ଏଫ୍‌) ଅନ୍ତର୍ଗତ ୧୦ ବର୍ଷର ସଶ୍ରମ କାରାଦଣ୍ଡାଦେଶ ସହିତ ୫,୦୦୦ ଟଙ୍କାର ଜରିମାନା ଦଣ୍ଡାଦେଶ କରିଥିଲେ। ଜରିମାନା ପୈଠ ନ କଲେ ଅଧିକ ୬ମାସ କାରାଦଣ୍ଡ ଭୋଗୀବାକୁ ପଡ଼ିବ ବୋଲି ସେସନ୍ସ୍‌ କୋର୍ଟ କହିଥିଲେ। ୨୦୧୩ ଏପ୍ରିଲ୍‌ ୧୪ରେ ଘଟିଥିବା ଏହି ମାମଲାରେ ହାଇକୋର୍ଟ ଅଭିଯୁକ୍ତଙ୍କ ଅପିଲ୍‌କୁ ଖାରଜ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri