ଭିଜିଲାନ୍ସ ମାମଲା ବିଚାରାଧୀନ ଥିଲେ ବି ମିଳିବ ବକେୟା ଛୁଟିର ଦରମା: ହାଇକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): ସରକାରୀଙ୍କ କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ବିଚାରାଧୀନ ଥିଲେ ବା କୌଣସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲେ ମଧ୍ୟ ତାଙ୍କୁ ଅବସର ପରେ ବକେୟା ଛୁଟିର ଦରମା ମିଳିବ। ବକେୟା ଛୁଟିର ଦରମା ପାଇବା ପାଇଁ ତାଙ୍କ ଆବେଦନକୁ ମାମଲା ଆଳରେ ଅଗ୍ରାହ୍ୟ କରାଯାଇପାରିବ ନାହିଁ ବୋଲି ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି।

ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର ମହାପାତ୍ର ମାମଲାର ବିଚାର କରି କୋର୍ଟ ରାୟ ପାଇବାର ୨ ମାସ ମଧ୍ୟରେ ଆବେଦନକାରୀଙ୍କୁ ତାଙ୍କ ବକେୟା ୩୦୦ ଦିନର ଦରମା ପ୍ରଦାନ ନିମନ୍ତେ ଆଦେଶ ଦେଇଛନ୍ତି।

ସୂଚନା ମୁତାବକ, ଓଡ଼ିଶା ଟ୍ରାନ୍ସପୋର୍ଟ ଇଞ୍ଜିନିୟରିଂ ସର୍ଭିସରୁ ମୋଟର ଯାନ ଇନ୍ସପେକ୍ଟର ଭାବେ ୨୦୨୪ ଏପ୍ରିଲ ୩୦ରେ ଅବସର ନେଇଥିବା ଚିତ୍ତରଞ୍ଜନ ସେନାପତି ହାଇକୋର୍ଟରେ ଏହି ଆବେଦନ କରିଥିଲେ। ସେ ତାଙ୍କ ଆବେଦନରେ ଦର୍ଶାଇଛନ୍ତି, ଅବସର ପରେ ସେ ତାଙ୍କ ବକେୟା ଛୁଟି ନିମନ୍ତେ ଦରମା ପ୍ରଦାନ କରିବାକୁ ବିଭାଗୀୟ ଅଧିକାରୀଙ୍କ ନିକଟରେ ଆବେଦନ କରିଥିଲେ। ମାତ୍ର ତାଙ୍କ ବିରୋଧରେ ଭିଜିଲାନ୍ସ ମାମଲା ଓ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଚାଲିଥିବା ଦର୍ଶାଇ ତାଙ୍କ ଆବେଦନକୁ ଅଗ୍ରାହ୍ୟ କରିଦିଆଯାଇଥିଲା।

ଫଳରେ ସେ ତାଙ୍କର ସେହି ବକେୟା ଛୁଟିର ଦରମା ପାଇବା ନିମନ୍ତେ ହାଇକୋର୍ଟରେ ଆବେଦନ କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ପ୍ରଶାନ୍ତ କୁମାର ମିଶ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri