ଗ୍ରାମାଞ୍ଚଳରେ ବି ହ୍ରାସ ପାଉଛି ଚାରଣ ଭୂଇଁ

ମହାକାଳପଡ଼ା,୨୯।୬(ପ୍ରତାପ ଚନ୍ଦ୍ର ସ୍ବାଇଁ)ସହରାଞ୍ଚଳ ପରି ଏବେ ଗ୍ରାମାଞ୍ଚଳରେ ବି ଚାରଣ ଭୂଇଁର ଅଭାବ ଦେଖାଦେଇଛି ା ଗୃହପାଳିତ ପ୍ରାଣୀମାନଙ୍କ ଚରିବା ପାଇଁ କାହିଁ କେଉଁ ଅନାଦି କାଳରୁ ପୂର୍ବଜମାନେ ଚାରଣ ଭୂଇଁ ରଖୁଥିଲେ ା ସମୟର ପରିବର୍ତ୍ତନ ଓ ଜନସଂଖ୍ୟା ବୃଦ୍ଧି ପାଇବା ଯୋଗୁ କାଳକ୍ରମେ ଉକ୍ତ ଚାରଣ ଭୂଇଁରେ ବେଆଇନ ଭାବେ ଜନବସତି ଗଢ଼ି ଉଠିଛି ା ଆଉ କେଉଁଠି ଜବରଦଖଲକାରୀମାନେ ସେହି ଜମିକୁ ନିଜ ଅକ୍ତିଆରରେ ରଖିଛନ୍ତି ା ଫଳରେ ଗୋସମ୍ପଦମାନଙ୍କ ପାଇଁ ଚରି ବୁଲିବା ପାଇଁ ସମସ୍ୟା ସୃଷ୍ଟି ହୋଇଛି
ଏହାର ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବଡିଢ଼ି ପଞ୍ଚାୟତ ଅଧୀନ ରାମଚନ୍ଦ୍ରପୁର ଗ୍ରାମରେ ା ୫ ଏକର ୭୦ ଡ଼େସିମିଲ ଗୋଚର କିସମ ଜମିରେ ଗ୍ରାମର କେତେଜଣ ବ୍ୟକ୍ତି ବେଆଇନ ଭାବେ ଜେସିବି ମେଶିନରେ ପୋଖରୀ ଖନନ କରୁଛନ୍ତି ା ଏହାକୁ ନେଇ ଗ୍ରାମର ୨ ଗୋଷ୍ଠୀ ମଧ୍ୟରେ ବିବାଦ ଦେଖାଯାଇଛି। ଏ ସଂକ୍ରାନ୍ତରେ ଗୋଟିଏ ଗୋଷ୍ଠୀ ମହାକାଳପଡ଼ା ତହସିଲଦାରଙ୍କୁ ଏ ସଂକ୍ରାନ୍ତରେ ଜଣାଇବା ସହିତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ଖବର ପାଇ ବୁଧବାର ସ୍ଥାନୀୟ ବିଜୟନଗର ରାଜସ୍ବ ନୀରିକ୍ଷକ ଜ୍ୟୋତ୍ରିମୟୀ ମହାପାତ୍ର ଗ୍ରାମରେ ପହଞ୍ଚି ଉକ୍ତ ଗୋଚର ଜମି ଖାତା ନମ୍ବର ୨୩୨ ଓ ପ୍ଲଟ ନମ୍ବର ୭୯୯ ମୌଜା ରାମଚନ୍ଦ୍ରପୁରର ସମୁଦାୟ ଗୋଚର ଜମିର ପରିମାଣ ୫ ଏକର ୭୦ ଡେସିମିଲ ବୋଲି କହିଥିଲେ ା ସେଥିରୁ ଦେଢ଼ ଏକର ଜମିରେ ବେଆଇନ ଭାବେ ପୋଖରୀ ଖନନ କରାଯାଇଥିବା ନେଇ ରାଜସ୍ବ ନୀରିକ୍ଷକ ଦେଖି ରିପୋର୍ଟ ପ୍ରଦାନ କରିଛନ୍ତି ା ଏ ନେଇ ରାଜସ୍ବ ନୀରିକ୍ଷକ ପୋଖରୀ ଖନନକାରୀଙ୍କୁ ପ୍ରଶ୍ନ କରିବାରୁ ସେମାନେ ତାଙ୍କୁ ଅସମ୍ମାନ କରିଥିବା ଅଭିଯୋଗ ହୋଇଛି ା ଏ ସଂକ୍ରାନ୍ତରେ ସେ ମହାକାଳପଡ଼ା ତହସିଲଦାର ମାନସ ରଞ୍ଜନ ତ୍ରିପାଠୀଙ୍କୁ ଅବଗତ କରିଛନ୍ତି ା ଫଳରେ ତହସିଲଦାର ତ୍ରିପାଠୀ ଉକ୍ତ ବେଆଇନ ଖନନକାରୀଙ୍କ ବିରୋଧରେ ତନ୍ତିଆପାଳ ସାମୁଦ୍ରିକ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ା ସେହିପରି ବ୍ଲକର ବିଭିନ୍ନ ପଞ୍ଚାୟତରେ ବେଆଇନ ଭାବେ ସରକାରୀ ଜମିକୁ ଜବରଦଖଲ କରାଯାଇଥିବାରୁ ବୁଦ୍ଧିଜୀବୀଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି ା ଏ ସମ୍ପର୍କରେ ତହସିଲଦାର ମାନସ ରଞ୍ଜନ ତ୍ରିପାଠୀଙ୍କ ମତାମତ ନେବାରେ ବେଆଇନ ଭାବେ ପୋଖରୀ ଖନନକାରୀଙ୍କ ବିରୋଧରେ ଆଇନ ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri