ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ ନାହିଁ: ଜିଲାପାଳ

ଭଦ୍ରକ,୧୭।୧୧(ସନାତନ ରାଉତ): ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ କିଛି ନାହିଁ ବୋଲି ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ କହିଛନ୍ତି। ଭଦ୍ରକ ସହର ମନମୋହନ ସଙ୍ଗୀତ ପରିଷଦ ପଡ଼ିଆରେ ଚାଲିଥିବା ୨୪ତମ ପୁସ୍ତକ ମେଳାରେ ଶନିବାର ଧରିତ୍ରୀ ଷ୍ଟଲ୍‌କୁ ଉଦ୍‌ଘାଟନ କରିବା ଅବସରରେ ଜିଲାପାଳ କହିଛନ୍ତି, ପୁସ୍ତକ ପଢ଼ିଲେ ଜ୍ଞାନର ପରିସୀମା ବଢ଼ିବା ସହ ବିଭିନ୍ନ ବିଷୟବସ୍ତୁ ଉପରେ ପିଲାମାନଙ୍କର ରୁଚି ବଢ଼ିବ। ବହି ପଢ଼ି ଅନେକ ଲୋକ ଜ୍ଞାନ ଆହରଣ କରି ସଫଳତାର ଶୀର୍ଷରେ ପହଞ୍ଚତ୍ଛନ୍ତି। ଧରିତ୍ରୀର ଏଭଳି ପ୍ରୟାସକୁ ସେ ପ୍ରଶଂସା କରିଛନ୍ତି।
ଅନ୍ୟତମ ଅତିଥି ଭାବେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକ ଯୋଗଦେଇ କହିଥିଲେ, ଧରିତ୍ରୀର ବିଭିନ୍ନ ପ୍ରକାଶନ ପତ୍ରିକାକୁ ଷ୍ଟଲ୍‌ରେ ସ୍ଥାନିତ କରାଯାଇଛି। ପରିବେଶ ପ୍ରଦୂଷଣ ରୋକିବା ନେଇ ଧରିତ୍ରୀ ପକ୍ଷରୁ ଦିଆଯାଇଥିବା ସଚେତନତା ବାର୍ତ୍ତା ସ୍ବାଗତଯୋଗ୍ୟ। ଅନ୍ୟତମ ଅତିଥି ଭାବେ ପୁସ୍ତକ ମେଳା କମିଟି ସଭାପତି ଅଜୟ ନାୟକ, ସମ୍ପାଦକ ରୂପକ ବିହାରୀ ରାୟ, ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ପ୍ରାଧ୍ୟାପକ ଡ. କମଳାକାନ୍ତ ଜେନା ଓ ସାହିତି୍ୟକା ରାଧାରାଣୀ ମହାପାତ୍ର୍ର ଯୋଗଦେଇଥିଲେ। ଷ୍ଟଲ୍‌ରେ ଧରିତ୍ରୀ ପକ୍ଷରୁ ବିଭିନ୍ନ ବର୍ଷରେ ପ୍ରକାଶିତ ବିଶେଷାଙ୍କ ସ୍ଥାନିତ ହୋଇଛି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଧରିତ୍ରୀର ଫିଚର୍‌ ସମ୍ପାଦକ ବୀରଭଦ୍ର ବିଶ୍ୱାଳ, ଉପବାର୍ତ୍ତା ସମ୍ପାଦକ ଜିତେନ୍ଦ୍ର କୁମାର ନାୟକ, ପ୍ରସାରଣ ବିଭାଗର ଆଲୋକ ପ୍ରସାଦ କାନୁନ୍‌ଗୋ, ଜିଲା ପ୍ରତିନିଧି ସନାତନ ରାଉତ, ବାସୁଦେବପୁର ପ୍ରତିନିଧି ନାରାୟଣ ପ୍ରସାଦ ବାରିକ୍‌, ଧାମନଗର ପ୍ରତିନିଧି ସନ୍ତୋଷ କୁମାର ମହାପାତ୍ର, ନଳାଙ୍ଗ ପ୍ରତିନିଧି ସାଇଶଙ୍କର ମହାକୁଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?