ବର୍ଷାଦିନେ ବି ପିଇବାକୁ ପଡ଼ୁଛି ଚୁଆପାଣି

ଦଶମନ୍ତପୁର, ୨୧।୮(ଡି.ଏନ୍‌.ଏ.): ଚଳିତବର୍ଷ ଦେଶ ସ୍ବାଧୀନତାର ୭୫ବର୍ଷ ପୂରଣ ହୋଇଛି। ତଥାପି ମଧ୍ୟ ଏପରି ଅନେକ ଗାଁ ଅଛି, ଯେଉଁଠି ମୌଳିକ ସୁବିଧା ଲୋକଙ୍କୁ ଠିକ୍‌ଭାବେ ମିଳୁନି। ଏପରି ଏକ ଗାଁ ହେଉଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ମୁଜାଙ୍ଗ ପଞ୍ଚାୟତ ଅଧୀନ ଦୋଡୁଗୁଡା। ସେଠାରେ ଏବେ ମଧ୍ୟ ଲୋକେ ଚୁଆପାଣି ପିଉଛନ୍ତି। ଗାଁକୁ ରାସ୍ତା ନାହିଁ। ଗମନାଗମନ ମାଧ୍ୟମ ପାଲଟିଛି ଭଙ୍ଗା ପୋଲ।
ଏହି ଗଁାରେ ୫୦ ପରିବାରର ୨୦୦ରୁ ଊଦ୍ଧର୍‌ବ ଲୋକ ରୁହନ୍ତି। ସେମାନଙ୍କ ପାଇଁ ଗାଁରେ ଦୁଇଟି ନଳକୂପ ରହିଛି। ଦୀର୍ଘ ୬ ମାସରୁ ଊର୍ଦ୍ଧ୍ୱ ହେବ ଉଭୟ ନଳକୂପ ଖରାପ ହୋଇ ପଡ଼ିଛି। ଗ୍ରାମବାସୀ ଏ ନେଇ ପଞ୍ଚାୟତଠାରୁ ଜିଲା ପ୍ରଶାସନ ଯାଏ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ ଏଯାଏ ତାହାର ମରାମତି ହୋଇପାରିନି। ଫଳରେ ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ମିଳୁନି। ଲୋକେ ବର୍ଷାଦିନେ ମଧ୍ୟ ନାଳ ପାଣି ପିଇବାକୁ ବାଧ୍ୟ ହେଉଛନ୍ତି। ଗ୍ରାମ ନିକଟରେ ପ୍ରବାହିତ ନଦୀ ପାଖରେ ଚୁଆ ଖୋଳି ମହିଳାମାନେ ପାନୀୟ ଜଳ ସଂଗ୍ରହ କରୁଛନ୍ତି। ଏହି ଗାଁଟି ନାଲ୍‌କୋ ଶିଳ୍ପାଞ୍ଚଳ ଦାମନଯୋଡ଼ିଠାରୁ ମାତ୍ର ୯ କିଲୋମିଟର ଦୂରରେ ଅବସ୍ଥିତ। ଉକ୍ତ ଗ୍ରାମର ଲୋକେ ଜୀବନଜୀବିକା, ସ୍ବାସ୍ଥ୍ୟସେବା ପାଇଁ ଦାମନଯୋଡ଼ି ସହର ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ। ଦୀର୍ଘବର୍ଷ ପୂର୍ବେ କେଲାର ଓ ଦୋଡୁଗୁଡା ଗ୍ରାମ ମଧ୍ୟରେ ଥିବା ଏକ ନାଳ ଉପରେ ନାଲ୍‌କୋ ପାରିପାର୍ଶ୍ୱିକ ଯୋଜନାରେ ଗୋଟିଏ ପୋଲ ନିର୍ମାଣ କରାଯାଇଥିଲା, ଯାହାର ଗୋଟିଏ ପାର୍ଶ୍ୱ ୨ ମାସ ପୂର୍ବେ ଭୁଶୁଡି ପଡ଼ିଛି। ତଥାପି ଗ୍ରାମବାସୀ ଜୀବନକୁ ବାଜି ଲଗାଇ ଏହି ଭଙ୍ଗା ପୋଲ ଦେଇ ଦାମନଯୋଡ଼ି ଯିବାଆସିବା କରିଥାନ୍ତି। ପୋଲ ଭୁଶୁଡ଼ିବା ନେଇ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ଏଯାବତ୍‌ ଜିଲା କି ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଗ୍ରାମବାସୀ କହିଛନ୍ତି। ରାସ୍ତା ପାଇଁ ଗ୍ରାମବାସୀ ପୂର୍ବରୁ ପଞ୍ଚାୟତରୁ ଆରମ୍ଭ କରି ବ୍ଲକ, ବିଧାୟକ ଏବଂ ଜିଲା ପ୍ରଶାସନକୁ ବାରମ୍ବାର ଲିଖିତ ଏବଂ ମୌଖିକ ଭାବେ ଦାବି କରିଆସୁଥିଲେ ମଧ୍ୟ ପ୍ରଶାସନ ଏଥିପାଇଁ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିବା ଗ୍ରାମବାସୀ କ୍ଷୋଭର ସହ ପ୍ରକାଶ କରିଛନ୍ତି। ଆଗାମୀ ଦିନରେ ବାଲିଗୁଡ଼ା ଛକରୁ କେଲାର ପର୍ଯ୍ୟନ୍ତ ୬ କି.ମି. ରାସ୍ତା ତିଆରି ସହ ଦୋଡୁଗୁଡା ଗ୍ରାମର ପ୍ରତ୍ୟେକ ସମସ୍ୟା ଉପରେ ପ୍ରଶାସନ ଦୃଷ୍ଟି ନ ଦେଲେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ କନିଷ୍ଠ ଯନ୍ତ୍ରୀ -୨ ଏସ୍‌.ଏ. କୁରେସିଙ୍କୁ ପଚାରିବାରୁ ରବିବାର କର୍ମଚାରୀଙ୍କୁ ଘଟଣାସ୍ଥଳକୁ ପଠାଇ ତଦନ୍ତ କରିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri