Posted inଜାତୀୟ

ଏଭଳି ଦୁଃସାହସ ପାକିସ୍ତାନ ବି କରିବ ନାହିଁ: ରାହୁଲଙ୍କ ମନ୍ତବ୍ୟ ନେଇ ସମ୍ବିତ ପାତ୍ରଙ୍କ କଟାକ୍ଷ…

ନୂଆଦିଲ୍ଲୀ,୪।୩ : ଭାଜପା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା ଜାରି ରଖିଛି। ଶନିବାର ଭାଜପା କହିଛି ବିଦେଶରେ ରାହୁଲ ଭାରତ ବିରୁଦ୍ଧରେ କହୁଛନ୍ତି ଏବଂ ଦେଶର ଅବସ୍ଥା ସମ୍ପର୍କରେ ଏପରି ଅଭିଯୋଗ କରୁଛନ୍ତି, ଯାହା ପାକିସ୍ତାନ ମଧ୍ୟ କରିବାକୁ ଦୁଃସାହସ କରୁନାହିଁ।

ଭାଜପା ମୁଖପାତ୍ର ସମ୍ବିତ ପାତ୍ର ଗଣମାଧ୍ୟମକୁ କହିଛନ୍ତି ଯେ ସମଗ୍ର ବିଶ୍ୱ ଭାରତ ପାଇଁ ଭଲ ଶବ୍ଦ ବ୍ୟବହାର କରୁଥିବାବେଳେ ଦେଶର ମୁଖ୍ୟ ବିରୋଧୀଦଳର ନେତାମାନେ ବିଦେଶୀ ମାଟିରେ ଦାବି କରୁଛନ୍ତି ଯେ ଦେଶ ଧ୍ୱଂସ ହୋଇଛି ଏବଂ ଦେଶରେ ଗଣତନ୍ତ୍ର ଆଉ ନାହିଁ। ନ୍ୟାୟପାଳିକା ଏବଂ ଗଣମାଧ୍ୟମର ଅବସ୍ଥା ଅତ୍ୟନ୍ତ ଖରାପ ହେବାରେ ଲାଗିଛି।

ସେ ଅଭିଯୋଗ କରିଛନ୍ତି ରାହୁଲ ନିବେଶକମାନଙ୍କୁ ଭାରତରେ ନିବେଶ କରିବାକୁ ବାରଣ କରୁଛନ୍ତି। ଯେଉଁ ସମୟରେ ବିଶ୍ୱ ଦେଶକୁ ଏକ ଶିଳ୍ପ ହବ୍‌ ଭାବରେ ଦେଖୁଛି ଏବଂ ବିଦେଶୀ କମ୍ପାନୀମାନେ ଏଠାରେ ବ୍ୟବସାୟ କରିବାକୁ ଚାଇନା ଛାଡିଛନ୍ତି। ଏପରିସ୍ଥଳେ ବିଦେଶ ମାଟିରେ ଦେଶର ନିନ୍ଦା କରିବା ଅତ୍ୟନ୍ତ କ୍ଷୋଭର ବିଷୟ।

କେମ୍ବ୍ରିଜ ଭଳି ଏକ ବଡ ବିଶ୍ୱବିଦ୍ୟାଳୟରେ ରାହୁଲ ଭାରତ ବିଷୟରେ ଖରାପ କଥା କହୁଛନ୍ତି। ଏହାକୁ ସହ୍ୟ କରାଯିବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri