Posted inଜାତୀୟ

ଏଭଳି ଦୁଃସାହସ ପାକିସ୍ତାନ ବି କରିବ ନାହିଁ: ରାହୁଲଙ୍କ ମନ୍ତବ୍ୟ ନେଇ ସମ୍ବିତ ପାତ୍ରଙ୍କ କଟାକ୍ଷ…

ନୂଆଦିଲ୍ଲୀ,୪।୩ : ଭାଜପା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା ଜାରି ରଖିଛି। ଶନିବାର ଭାଜପା କହିଛି ବିଦେଶରେ ରାହୁଲ ଭାରତ ବିରୁଦ୍ଧରେ କହୁଛନ୍ତି ଏବଂ ଦେଶର ଅବସ୍ଥା ସମ୍ପର୍କରେ ଏପରି ଅଭିଯୋଗ କରୁଛନ୍ତି, ଯାହା ପାକିସ୍ତାନ ମଧ୍ୟ କରିବାକୁ ଦୁଃସାହସ କରୁନାହିଁ।

ଭାଜପା ମୁଖପାତ୍ର ସମ୍ବିତ ପାତ୍ର ଗଣମାଧ୍ୟମକୁ କହିଛନ୍ତି ଯେ ସମଗ୍ର ବିଶ୍ୱ ଭାରତ ପାଇଁ ଭଲ ଶବ୍ଦ ବ୍ୟବହାର କରୁଥିବାବେଳେ ଦେଶର ମୁଖ୍ୟ ବିରୋଧୀଦଳର ନେତାମାନେ ବିଦେଶୀ ମାଟିରେ ଦାବି କରୁଛନ୍ତି ଯେ ଦେଶ ଧ୍ୱଂସ ହୋଇଛି ଏବଂ ଦେଶରେ ଗଣତନ୍ତ୍ର ଆଉ ନାହିଁ। ନ୍ୟାୟପାଳିକା ଏବଂ ଗଣମାଧ୍ୟମର ଅବସ୍ଥା ଅତ୍ୟନ୍ତ ଖରାପ ହେବାରେ ଲାଗିଛି।

ସେ ଅଭିଯୋଗ କରିଛନ୍ତି ରାହୁଲ ନିବେଶକମାନଙ୍କୁ ଭାରତରେ ନିବେଶ କରିବାକୁ ବାରଣ କରୁଛନ୍ତି। ଯେଉଁ ସମୟରେ ବିଶ୍ୱ ଦେଶକୁ ଏକ ଶିଳ୍ପ ହବ୍‌ ଭାବରେ ଦେଖୁଛି ଏବଂ ବିଦେଶୀ କମ୍ପାନୀମାନେ ଏଠାରେ ବ୍ୟବସାୟ କରିବାକୁ ଚାଇନା ଛାଡିଛନ୍ତି। ଏପରିସ୍ଥଳେ ବିଦେଶ ମାଟିରେ ଦେଶର ନିନ୍ଦା କରିବା ଅତ୍ୟନ୍ତ କ୍ଷୋଭର ବିଷୟ।

କେମ୍ବ୍ରିଜ ଭଳି ଏକ ବଡ ବିଶ୍ୱବିଦ୍ୟାଳୟରେ ରାହୁଲ ଭାରତ ବିଷୟରେ ଖରାପ କଥା କହୁଛନ୍ତି। ଏହାକୁ ସହ୍ୟ କରାଯିବ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?