ବିଳମ୍ବରେ ହେଲେ ବି ବୁଦ୍ଧି ଉଦୟ ହେଲା, କାହିଁକି ଏମିତି କହିଲେ ଜୟନାରାୟଣ

ଭୁବନେଶ୍ୱର,୧୯ା୧:  ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ ଦାସଙ୍କ ହତ୍ୟାକାଣ୍ଡ ଏବେବି ରହସ୍ୟ ଘେରରେ ରହିଛି । ଝାରସୁଗୁଡା କୋର୍ଟରେ ଏହି ମାମଲାର ବିଚାର ଚାଲିଥିବାବେଳେ  କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଏହି ମାମଲାରେ ଚାର୍ଜଶିଟ୍‌ ଦାଖଲ କରିସାରିଛି । ଏହି ହତ୍ୟାକାଣ୍ଡର ଏକମାତ୍ର ଅଭିଯୁକ୍ତ ଆସିଷ୍ଟାଣ୍ଟ ପୋଲିସ୍ ସବ୍‌ଇନ୍ସପେକ୍ଟର ଗୋପାଳ ଦାସ ଏବେ ଜେଲ୍‌ରେ। ଗୋପାଳ ନିଜର ସର୍ଭିସ୍ ରିଭଲଭରରୁ ଗୁଳିକରି ନବ ଦାସଙ୍କୁ ହତ୍ୟା କରିଥିବା ଚାର୍ଜଶିଟ୍‌ରେ ଦର୍ଶାଯାଇଛି। ଏପରିକି ଗୋପାଳ ଏକମାତ୍ର ଅଭିଯୁକ୍ତ ଓ ପୁରୁଣା ରାଗ ଶୁଝାଇବା ପାଇଁ ଗୋପାଳ ଏହି ହତ୍ୟାକାଣ୍ଡ ଭିଆଇଥିବାର ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି। ତେବେ ଫରେନସିକ ରିପୋର୍ଟ ଓ କ୍ରାଇମବ୍ରାଞ୍ଚ ରିପୋର୍ଟରେ ତାଳମେଳ ନାହିଁ ।

ବାପାଙ୍କ ହତ୍ୟା ନେଇ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ସିବିଆଇ ତଦନ୍ତ ପାଇଁ ଲିଖିତରେ ଦେବୁ। ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ବେଳେ ପରିବାରରେ ଆଲୋଚନା ଚାଲିଥିବା ନେଇ କହିଛନ୍ତି।

ତେବେ ଦୀପାଳିଙ୍କ ଏପରି ବୟାନକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର। ବିଳମ୍ବରେ ହେଲେ ବି ସ୍ବର୍ଗତଃ ନବଦାସଙ୍କ ଝିଅ ଦୀପାଳିଙ୍କ ବୁଦ୍ଧି ଉଦୟ ହୋଇଛି। କେବଳ ମୁଖ୍ୟମନ୍ତ୍ରୀଙ୍କୁ ଲେଖିକି ଦେଲେ ହେବନି, କୋର୍ଟଙ୍କୁ ବି ଲେଖିକି ଦେବାକୁ ପଡ଼ିବ। ଦଳ ହାରିଗଲା ପରେ ଏବେ ମନେ ପଡ଼ିଲା ବୋଲି ଜୟନାରାୟଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri