ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲେ ହେଁ ଏଯାଏ ସରୁନି, ଲୋକେ ହଟହଟା

କର୍ଲାମୁଣ୍ଡା,୧୪ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଛକଠାରୁ ହଜାରୀପଡ଼ା ମୁଣ୍ଡାପଲା ପିଡବ୍ଲ୍ୟୁଡି ରାସ୍ତା ଦୀର୍ଘଦିନରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲେ ହେଁ କାର୍ଯ୍ୟ ଶେଷ ହୋଇ ପାରି ନ ଥିବାରୁ ବିଭିନ୍ନ ସ୍ଥାନରେ ଖାଲଖମା ସୃଷ୍ଟି ହେଉଛି ଓ ଏଥିରେ ସାଧାରଣ ଲୋକେ ଦୁର୍ଘଟଣାର ଶିକାର ହେଉଥିବା ଅଭିଯୋଗ ହେଉଛି।

ସୂଚନାନୁଯାୟୀ, ଜୋରାଡବରା ଛକଠାରୁ ମୁଣ୍ଡାପଲା ଛକ ପର୍ଯ୍ୟନ୍ତ ପ୍ରାୟ ୧୦ କିମି ଦୂର ପିଚୁ ରାସ୍ତା ନିର୍ମାଣ ପାଇଁ ୨୬ କୋଟି ୮୨ ଲକ୍ଷ ଟଙ୍କା ଅଟକଳରେ ପିଡବ୍ଲ୍ୟୁଡି ବିଭାଗ ପକ୍ଷରୁ ଟେଣ୍ଡର ଜରିଆରେ ଜନୈକ ଠିକାଦାର ନିଯୁକ୍ତି କରି କାର୍ଯ୍ୟ ଆରମ୍ଭ କରାଯାଇଥିଲା। ତେବେ ଉକ୍ତ ରାସ୍ତାର ହଜାରୀପଡ଼ା ରାସ୍ତାରେ ବଡ଼ବଡ଼ ଖାଲ ସୃଷ୍ଟି ହୋଇପଡ଼ିଛି ଓ ନିୟମିତ ଯିବା ଆସିବା କରୁଥିବା ଲୋକେ ହଇରାଣର ଶିକାର ହେଉଛନ୍ତି। ଏନେଇ ବିଭାଗୀୟ ଏସ୍‌ଡିଓ ଅନନ୍ତ ପ୍ରଧାନଙ୍କୁ ପଚାରିବାରୁ କାମ ଚାଲିଛି, ବକେୟା ଥିବା କାମଗୁଡ଼ିକ ଶୀଘ୍ର ସାରିବାକୁ ଠିକାଦାରଙ୍କୁ କୁହାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri