ସଞ୍ଜୟଙ୍କ ଏକ ଝିଅ ଥାଇ ସୁଦ୍ଧା ତାଙ୍କ ପ୍ରେମରେ ପାଗଳ ଥିଲେ ମାଧୁରୀ, କାହିଁକି ଭାଙ୍ଗିଲା ସମ୍ପର୍କ

ବଲିଉଡ୍‌ରେ ଅନେକ ଯୋଡି ସଫଳ ହୋଇଥିଲେ ସୁଦ୍ଧା ବାସ୍ତବ ଜୀବନରେ ସେମାନଙ୍କ ପ୍ରେମ କାହାଣୀ ବିଫଳ ହୋଇଯାଇଛି। ସେହି ଯୋଡିଙ୍କ ମଧ୍ୟରୁ ସଞ୍ଜୟ ଦତ୍ତ ଏବଂ ମାଧୁରୀ ଦୀକ୍ଷିତ ଅନ୍ୟତମ। ଏକାଠି ସେଟ୍‌ରେ କାମ କରିବାବେଳେ ସେମାନେ ପରସ୍ପରକୁ ଭଲ ପାଉଥିଲେ। ଏହି ସମ୍ପର୍କ ବିବାହରେ ପହଞ୍ଚିବାକୁ ଯାଉଥିବା ବେଳେ ଦୁହେଁ ପରସ୍ପରଠାରୁ ଅଲଗା ହୋଇଯାଇଥିଲେ। ପରେ ଉଭୟ ପରସ୍ପର ମୁହଁକୁ ଚାହିଁ ନ ଥିଲେ। ତେବେ ଏପରି କ’ଣ ଘଟିଥିଲା ଯାହା ସେମାନଙ୍କ ପ୍ରେମ ସମ୍ପର୍କକୁ ଭାଙ୍ଗି ଦେଇଥିଲା ଜାଣନ୍ତୁ ସେ ସମ୍ପର୍କରେ…

ସଞ୍ଜୟ ଏବଂ ମାଧୁରୀ ‘ସାଜନ’, ‘ଥାନେଦାର’, ‘କାନୁନ ଅପନା ଅପନା’ ଫିଲ୍ମରେ ଏକାଠି କାମ କରିଥିଲେ। ୧୯୯୧ରେ ‘ସାଜନର’ ଶୁଟିଂ ସମୟରେ ସଞ୍ଜୟ ଏବଂ ମାଧୁରୀ ନିକଟତର ହୋଇଥିଲେ । ଫିଲ୍ମ ‘ଖଳନାୟକ’ ସମୟରେ ଉଭୟ ପରସ୍ପରକୁ ଭଲ ପାଉଥିଲେ। ଏପରିକି ସେଟେ୍‌ରେ ଦୁହେଁ ପରସ୍ପର ସହିତ ଅଧିକରୁ ଅଧିକ ସମୟ ବିତାଇବା ଆରମ୍ଭ କରିଥିଲେ।

ସଞ୍ଜୟ ଦତ୍ତ ପୂର୍ବରୁ ବିବାହିତ ଥିଲେ ଏବଂ ତାଙ୍କର ଏକ ଝିଅ ଥିଲେ। ଏସବୁ ଜାଣିବା ପରେ ମଧ୍ୟ ମାଧୁରୀ ସଞ୍ଜୟ ଦତ୍ତଙ୍କୁ ବହୁତ ଭଲ ପାଉଥିଲେ। ଯେତେବେଳେ ମାଧୁରୀଙ୍କ ପରିବାର ଏହି ବିଷୟରେ ଜାଣିଲେ, ସେମାନେ ଏହି ସମ୍ପର୍କକୁ ବିରୋଧ କଲେ। କିନ୍ତୁ ଏହା ସତ୍ତ୍ୱେ ସେ ପରିବାର ବିରୋଧରେ ଯିବାକୁ ରାଜି ଥିଲେ।

୧୯୯୩ରେ ମୁମ୍ବାଇରେ ଏକ ବୋମା ବିସ୍ଫୋରଣ ହୋଇଥିଲା ଯେଉଁଥିରେ ଅନେକ ଲୋକ ପ୍ରାଣ ହରାଇଥିଲେ। ଏହି ବିସ୍ଫୋରଣରେ ସଞ୍ଜୟଙ୍କ ନାମ ଆସିଥିଲା। ଏହି ଘଟଣା ପରେ ମାଧୁରୀ ନିଜେ ସଞ୍ଜୟଙ୍କ ସହ ସମ୍ପର୍କ ଶେଷ କରିଥିଲେ। କୁହାଯାଏ ଯେ ଯେତେବେଳେ ସଞ୍ଜୟ ମାଧୁରୀଙ୍କୁ ଜେଲରେ ଥାଇ ଫୋନ କରିଥିଲେ ମାଧୁରୀ ତାଙ୍କ ଫୋନକୁ ଫିଙ୍ଗି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri