ପିଇବା ପାଣି ପାଇଁ ଡହଳବିକଳ ଚିରିକିପଡ଼ାବାସୀ

ବୁଗୁଡ଼ା,୬ା୧୨(ଡି.ଏନ.ଏ.): ଗ୍ରାମାଞ୍ଚଳରେ ଲୋକଙ୍କୁ ପିଇବା ପାଣି ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ସରକାରଙ୍କ ବସୁଧା ଯୋଜନା କାର୍ଯ୍ୟକାରୀ ହେଉଛି। ହେଲେ ରକ୍ଷଣା ବେକ୍ଷଣ ଅଭାବ ସାଙ୍ଗକୁ ପ୍ରଶାସନର ଆନ୍ତରିକତା ଅଭାବରୁ ଜଳ ପ୍ରକଳ୍ପ ନିର୍ମାଣ ହୋଇଥିଲେ ମଧ୍ୟ ଲୋକଙ୍କୁ ବୁନ୍ଦାଏ ପାଣି ମିଳୁନି। ଏହା ଦେଖିବକୁ ମିଳିଛି ବୁଗୁଡ଼ା ବ୍ଲକ ଗୋଲିଆ ପଞ୍ଚାୟତ ଚିରିକିପଡା ଗ୍ରାମରେ। ଏଠି ଓଭର ହେଡ଼ ଟାଙ୍କି ନିର୍ମାଣ ହୋଇଛି। ବିଭିନ୍ନ ସ୍ଥାନରେ ଷ୍ଟାଣ୍ଡ ପୋଷ୍ଟ ନିର୍ମାଣ ସାଙ୍ଗକୁ ଘରୋଇ ସଂଯୋଗ ଦିଆଯାଇଛି। ହେଲେ ଗତ ୯ ମାସ ହେଲା ପାଣି ଆସୁ ନ ଥିବାରୁ ପିଇବା ପାଣି ପାଇଁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ପାଣି ଟାଙ୍କି ଉପରେ ଚିରିକିପଡ଼ା, ସୀତାରାମପଲ୍ଲୀ ଓ ଡିମ୍ବିରିସାହି ଆଦି ଗ୍ରାମ ଗୁଡିକର ପ୍ରାୟ ଦୁଇ ହଜାର ଲୋକ ନିର୍ଭର କରୁଛନ୍ତି। କିନ୍ତୁ ଟାଙ୍କି ପ୍ରତିଷ୍ଠା ହେବା ଦିନରୁ ମଝିରେ ମଝିରେ ଏମିତି ଦୀର୍ଘ ଦିନ ଯାଏ ପାଣି ଆସୁ ନ ଥିବା ଲୋକେ ଅଭିଯୋଗ କରିଛନ୍ତି। ବସୁଧା ଯୋଜନାରେ ସୀତାରାମପଲ୍ଲୀଠାରେ ୨୦୧୬ରେ ୭୫ ହଜାର ଲିଟର କ୍ଷମତା ବିଶିଷ୍ଟ ଏହି ପାଣି ଟାଙ୍କି ନିର୍ମାଣ କରାଯାଇ ଜଳ ଯୋଗାଣ ଆରମ୍ଭ ହୋଇଥିଲା। ୪ ବର୍ଷ ମଧ୍ୟରେ ତିନି ଥର ଜଳ ଯୋଗାଣ ବାଧାପ୍ରାପ୍ତ ହେଲାଣି। ଦୀର୍ଘ ମାସ ହେଲା ପାଣି ବନ୍ଦ ହୋଇ ରହିବା ସହ ପାଇପ ଲାଇନ ଗୁଡିକ ବିଭିନ୍ନ ସ୍ଥାନରେ ଫାଟି ଯାଇଥିବା ବେଳେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମରରେ ମଧ୍ୟ ଲଟା ବୁଦା ମାଡିଯାଇ ଖରାପ ହେବାକୁ ବସିଲାଣି। ଏ ନେଇ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କେହି ଶୁଣୁ ନ ଥିବା କହିଛନ୍ତି। ଏ ନେଇ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଏ. ରାମା ରାଓଙ୍କୁ ପଚାରିବାରୁ ଖୁବ୍‌ଶୀଘ୍ର ଟେଣ୍ଡର ବାହାର କରାଯାଇ କାମ ଆରମ୍ଭ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri