Posted inଖେଳ

‘ଛୋଲେ ଭଟ୍ଟୁରେ’ ଦେଖିଲେ ପାଟିରୁ ଲାଳ ବାହାରେ

ନୂଆଦିଲ୍ଲୀ,୩୦।୪: ପୂର୍ବ ଅଧିନାୟକ ବିରାଟ କୋହଲି କ୍ରିକେଟ ସହ ଫିଟ୍‌ନେସ୍‌କୁ ନେଇ ପ୍ରଶଂସକଙ୍କ ପାଇଁ ପ୍ରେରଣା। ଭାରତର ଯୁବ କ୍ରିକେଟରମାନେ କୋହଲିଙ୍କୁ ଦେଖି ତାଙ୍କ ଭଳି ଫିଟ୍‌ନେସ୍‌ ହାସଲ କରିବାକୁ କଠିନ ପରିଶ୍ରମ କରନ୍ତି। ହେଲେ କୋହଲିଙ୍କୁ ଫିଟ୍‌ ରହିବା ଲାଗି ମନ ମୁତାବକ ଖାଦ୍ୟକୁ ପରିତ୍ୟାଗ କରିବାକୁ ପଡ଼ିଛି।

ଏକ ସାକ୍ଷାତକାରରେ ନିଜର ପ୍ରିୟ ଖାଦ୍ୟ ବିଷୟରେ କହିଥିଲେ କୋହଲି। ଦିନକ ପାଇଁ ଯାହା ଖାଇବାକୁ ଚାହିଁବେ ତାହା ଖାଇପାରିବେ ବୋଲି ଯଦି କୁହାଯାଏ ତେବେ କ’ଣ ଖାଇବେ ବୋଲି ତାଙ୍କୁ ପଚରାଯାଇଥିଲା। ଏହାର ଜବାବ ଦେଇ ବିରାଟ ବିନା ଦ୍ୱିଧାରେ ‘ଛୋଲେ ଭଟ୍ଟୁରେ’ ବୋଲି କହିଥିଲେ।

କୋହଲିଙ୍କୁ ରାଜୌରୀ ଗାର୍ଡେନରେ ଥିବା ରାମଙ୍କ ‘ଛୋଲେ ଭଟ୍ଟୁରେ’ବହୁତ ପସନ୍ଦ। ଛୋଟ ବେଳେ ସେ ପ୍ରାୟ ସବୁବେଳେ ପିଆଜ ଏବଂ ପୁଦିନା ଚଟଣୀ ସହ ମିଶାଇ ଏହାକୁ ଖାଇବାକୁ ଯାଉଥିଲେ। ହେଲେ ଏବେ ଫିଟ୍‌ ରହିବାକୁ ସେ ଦୁଇ କପ୍‌ କଫି ବ୍ୟତିତ ଡାଲି, ସବୁଜ ପନିପରିବା, ଅଣ୍ଡା, ଦୋସା, ବାଦାମ ଏବଂ ପ୍ରୋଟିନ ଆଦି ଖାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ…

ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…

ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର

ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri