ନାରୀ ପାଇଁ ଆଜି ବି ଉପଯୁକ୍ତ ସମାଜ ନାହିଁ

ବରଗଡ଼,୧୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ମହିଳା ସମିତି ପକ୍ଷରୁ ସମିତିର ପ୍ରତିଷ୍ଠାତା ଜନସାଥୀ ସ୍ବର୍ଗତ ଲେଙ୍ଗୁ ମିଶ୍ରଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମହିଳା ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ଶ୍ରାଦ୍ଧବାର୍ଷିକୀ ସମାରୋହ ଅବସରରେ ନିର୍ଭୟା ପ୍ରସଙ୍ଗରେ ଆଲୋଚନାଚକ୍ର ହୋଇଥିଲା। ଆଲୋଚନାଚକ୍ରରେ ବରିଷ୍ଠ ଆଡ଼ଭୋକେଟ୍‌ ଶିରିଶ ବଲ୍ଲଭ ମିଶ୍ର ମୁଖ୍ୟଅତିଥି, ଡା. ସୁବଳ କର ସମ୍ମାନିତ ଅତିଥି ଏବଂ ଗଣ ଇସ୍ତାହାରର ସମ୍ପାଦକ ଡଃ ପ୍ରଦୀପ କୁମାର ହୋତା ମୁଖ୍ୟ ଆଲୋଚକ ଭାବେ ଯୋଗଦାନ କରିଥିଲେ। ଆଲୋଚନାଚକ୍ରରେ ବକ୍ତାମାନେ କହିଥିଲେ, ନାରୀ ପାଇଁ ଉପଯୁକ୍ତ ସମାଜଟିଏ ଆମେ ଏପର୍ଯ୍ୟନ୍ତ ଗଢ଼ିପାରିନାହୁଁ। ନିର୍ଭୟା ଆଜି ପ୍ରତୀକ ହୋଇଯାଇଛି ଏବଂ ପ୍ରତ୍ୟେକ ମୁହୂର୍ତ୍ତରେ ନିର୍ଭୟାମାନେ ବଳାତ୍କାରର ଶିକାର ହେଉଛନ୍ତି। ମହିଳା ସମିତି ଉପସଭାପତି ମନ୍ଦାକିନୀ ପତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସମାଜସେବୀ ଗୀତା ମିଶ୍ର ପ୍ରଥମେ ଜନସାଥୀ ଲେଙ୍ଗୁ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ବରିଷ୍ଠ ସଦସ୍ୟା ମମତା ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ଗଣ ଇସ୍ତାହାରର ମୁଖ୍ୟ ସମ୍ପାଦକ ତଥା ମହିଳା ସମିତିର ଉପଦେଷ୍ଟା ପ୍ରସନ୍ନ କୁମାର ମିଶ୍ର ପ୍ରସଙ୍ଗ ଉପସ୍ଥାପନ କରିଥିଲେ। ସମ୍ପାଦିକା ଇନ୍ଦ୍ରାଣୀ ଶତପଥୀ ଅତିଥି ପରିଚୟ ପ୍ରଦାନ ଓ ରାଧାରାଣୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ ମହିଳା ସମିତିର ସମସ୍ତ ସଦସ୍ୟା ଅଂଶଗ୍ରହଣ କରି ଜନସାଥୀ ଲେଙ୍ଗୁ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପୂର୍ବାହ୍ନରେ ଲେଙ୍ଗୁ ମିଶ୍ର ଛକରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ସହରର ବହୁ ବୁଦ୍ଧିଜୀବୀ ଏବଂ ମହିଳା ସାମିଲ ହୋଇ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଲେଙ୍ଗୁ ମିଶ୍ର ଷ୍ଟାଡ଼ିୟମରେ କ୍ରୀଡ଼ା ସଙ୍ଗଠକ ସୁରେଶ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଖେଳାଳିମାନେ ସାମିଲ ହୋଇ ଲେଙ୍ଗୁ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri