ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ଉଦଘାଟନ କରିଥିଲେ। ଅନୁଷ୍ଠାନର ସଭାପତି ଦିଲୀପ କୁମାର ବେହେରା ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ମିଶ୍ର ତାଙ୍କ ବକ୍ତବ୍ୟରେ କହିଥିଲେ ଯେ, ଉତ୍ସବ ଆନନ୍ଦ ଓ ଖୁସି ଦେବା ସହିତ ସମସ୍ତଙ୍କୁ ଏକତା ସୂତ୍ରରେ ବାନ୍ଧି ରଖିଥାଏ। ସେ ଆହୁରି କହିଥିଲେ,ସେ ଆଜି ଯେଉଁ ପରିଚୟ ପାଇଛନ୍ତି ତାହା ଲୋଇସିଂହା ମାଟି ପାଇଁ ସମ୍ଭବ ହୋଇ ପାରିଛି। ଲୋଇସିଂହାକୁ ମୁଁ ଭୁଲି ପାରିବିନାହିଁ। ଶୋଇଥିଲେ ବି ଲୋଇସିଂହାର ବିକାଶ ଚିନ୍ତା କରିଥାଏ ବୋଲି କହିଥିଲେ। ବର୍ତ୍ତମାନ ୮୬ ବର୍ଷରେ ପଦାର୍ପଣ କଲିଣି। ବାର୍ଦ୍ଧକ୍ୟ ଓ ସ୍ବାସ୍ଥ୍ୟଗତ ସମମ୍ୟା ଯୋଗୁ ଆଗାମୀ ଦିନରେ ଅଭିନନ୍ଦନ ଉତ୍ସବରେ ବୋଧହୁଏ ଆଉ ଉପସ୍ଥିତ ରହିବା ତାଙ୍କ ପକ୍ଷେ ଆଉ ସମ୍ଭବ ହେବ ନାହିଁ। ଲୋଇସିଂହା ଅଭିନନ୍ଦନ ଉତ୍ସବକୁ ବଞ୍ଚାଇ ରଖିବାକୁ ଆୟୋଜକଙ୍କୁ ନିବେଦନ କରିଥିଲେ। ଯାହାକି କାର୍ଯ୍ୟକ୍ରମରେ ଉପସ୍ଥିତ ଲୋକଙ୍କ ଆଖିରେ ଲୁହ ଭରି ଦେଇଥିଲା। ଏହି ଉପଲକ୍ଷେ ଆୟୋଜିତ ଝୋଟି, ମ୍ୟୁଜିକ ଚେୟାର, ଜିଲାପିଖିଆ ଓ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଟଙ୍କଧର ଗଡତ୍ୟା, କ୍ଲବ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ଏହି ଉପଲକ୍ଷେ ବିଳମ୍ବିତ ରାତି ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri