ପ୍ରତି ୨ ସେକେଣ୍ଡରେ ଚିହ୍ନଟ ହେଉଛନ୍ତି ଜଣେ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୮।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ହଜାରରୁ ଅଧିକ ରହୁଛି। ଫଳରେ ପ୍ରତି ୨ ସେକେଣ୍ଡରେ ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା କୁହାଯାଉଛି। ସେହିପରି ପ୍ରତି ମିନିଟରେ ହାରାହାରି ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ପ୍ରତି ଘଣ୍ଟାରେ ୧୮୦୦ ଜଣ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ୨ ହଜାର ୭୪୩ ରହିଛି। ସେହିପରି ମୃତକଙ୍କ ସଂଖ୍ୟା ୫୧ ହଜାର ୭୯୭ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୫ ହଜାର ୭୯ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୮୭୬ ଜଣଙ୍କର ମୃତ୍ୟୁ ଘଟିଥି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୧୯ ଲକ୍ଷ ୭୭ ହଜାର ୭୮୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୬ ଲକ୍ଷ ୭୩ ହଜାର ୧୬୬ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।

Share