Posted inଖେଳ

ରୁମ୍‌ କ୍ୱାରେଣ୍ଟିନରେ ଟିମ୍‌ ଇଣ୍ଡିଆ ଖେଳାଳି

କଲମ୍ବୋ,୨୭।୭: ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୨୮ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ସିରିଜ୍‌ର ବଳକା ଦୁଇ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି କ୍ରୁନାଲ। ତାଙ୍କୁ ଏବେ ୭ ଦିନିଆ ଆଇସୋଲେଶନରେ ରହିବାକୁ ପଡ଼ିବ। ଅନ୍ୟ ଖେଳାଳିମାନେ ରୁମ୍‌ କ୍ୱାରେଣ୍ଟିନରେ ଅଛନ୍ତି। ଏ ନେଇ ବିସିସିଆଇ ସମ୍ପାଦକ ଜୟ ଶାହ ସୂଚନା ଦେଇଛନ୍ତି।

ଦଳର ପ୍ରତ୍ୟେକ ସଦ୍ୟସଙ୍କ ଆରଟି-ପିସିଆର ନେଗେଟିଭ ରିପୋର୍ଟ ଆସିବା ପର୍ଯ୍ୟନ୍ତ ସମସ୍ତେ ରୁମ୍‌ କ୍ୱାରେଣ୍ଟିନରେ ରହିବେ। କ୍ରୁନାଲଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ପୁଣି ଥରେ ସମସ୍ତ ଖେଳାଳିଙ୍କ ଟେଷ୍ଟ କରାଯାଇଛି। ତେବେ ଶ୍ରୀଲଙ୍କାର ସ୍ବାସ୍ଥ୍ୟ ସୁରକ୍ଷା ପ୍ରୋଟୋକଲ୍ସ କାରଣରୁ କ୍ରୁନାଲ ଭାରତୀୟ ଦଳର ଅନ୍ୟ ଖେଳାଳିଙ୍କ ସହ ୩୦ ତାରିଖରେ ସ୍ବଦେଶ ଫେରିପାରିବେ ନାହିଁ।

୨୦ ଜଣିଆ ଭାରତୀୟ ଦଳ ଶ୍ରୀଲଙ୍କାରେ ଅଛି। ଏମାନଙ୍କ ଛଡ଼ା ଦଳ ସହ ଅଛନ୍ତି ୪ ଷ୍ଟାଣ୍ଡ୍‌ବାଇ ନେଟ୍‌ ବୋଲର। ନୂଆ କାର୍ଯ୍ୟସୂଚୀ ଅନୁଯାୟୀ, ବୁଧବାର ଓ ଗୁରୁବାର ଲଗାତାର ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri