ପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୫।୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି ପରିବାରକୁ ଗୋଟିଏ କାର୍ଡ ମିଳିଥିଲା। କିନ୍ତୁ ନୂଆ ଯୋଜନାରେ ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏ କାର୍ଡ ମିଳିବ। ପୂର୍ବରୁ କେବଳ ୯୦୦ ହସ୍ପିଟାଲରେ ଦେୟମୁକ୍ତ ଚିକିତ୍ସା ମିଳୁଥିଲା ଏବେ ଦେଶର ୨୯ ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

ପ୍ରକାଶ ଥାଉ କି, କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଏଥିସହ ୨ ଉପମୁଖ୍ୟମନ୍ତ୍ରୀ, ୩ କେନ୍ଦ୍ର ମନ୍ତ୍ରୀ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଉପର ବାଲିଯାତ୍ରା ପଡ଼ିଆରେ ଶନିବାର ଏହି କାର୍ଯ୍ୟକ୍ରମର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଟ୍ରାଫିକ , ପାର୍କିଂ, ଜଳ ଯୋଗାଣ , ବିଦ୍ୟୁତ ସଂଯୋଗୀକରଣ ଦିଗ ଉପରେ ଆଲୋଚନା କରାଯାଇଛି। ରାଜ୍ୟର ସମସ୍ତ ୧୪୦୫ ପିଏଚ୍‌ସିରେ ଏହାର ସିଧା ପ୍ରସାରଣ କରାଯିବ। ଆସନ୍ତା ୧୧ ତାରିଖରେ ଏହି ଶୁଭାରମ୍ଭ କାର୍ଯ୍ୟକ୍ରମ ହେବା ପାଇଁ ସୂଚନା ରହିଥିଲା। କିନ୍ତୁ ସମୟ ଓ ତାରିଖ ସମ୍ପର୍କରେ ବିଧିବଦ୍ଧ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

‘ଯୁଦ୍ଧ ମଧ୍ୟରେ ଆମେରିକାକୁ ମୂଲ୍ୟବାନ ଉପହାର ପଠାଇଲା ଇରାନ’, ଟ୍ରମ୍ପଙ୍କ ବଡ଼ ସୂଚନା, ସାରା ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି ଯାହା ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଟ୍ରମ୍ପ କହିଛନ୍ତି ଯେ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ଶେଷ କରିବାକୁ ଅଣ୍ଟା ଭିଡ଼ିଲା ପାକିସ୍ତାନ, କିଏ କିଏ ବୈଠକରେ ଯୋଗଦେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ପାକିସ୍ତାନରେ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଫସିଗଲେ ଟ୍ରମ୍ପ, ଆହୁରି ଲମ୍ବିପାରେ ଯୁଦ୍ଧ, ଭୟଙ୍କର ଚେତାବନୀ ଦେଲେ ବିଶେଷଜ୍ଞ, କହିଲେ…

ଓ୍ବାଶିଂଟନ୍‌,୨୫।୩: ଚିକାଗୋ ବିଶ୍ୱବିଦ୍ୟାଳୟର ପ୍ରଫେସର ରବର୍ଟ ପେପ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ ଏକ ଫାଶରେ ଫସି ଯାଇଛନ୍ତି। ତାଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri