କ୍ରୀଡ଼ାବିତ୍‌ଙ୍କ ସଫଳତାରେ ପ୍ରତ୍ୟେକ ଓଡ଼ିଆ ଗର୍ବିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦ା୮ (ତପନ ସ୍ବାଇଁ):ଜାତୀୟ କ୍ରୀଡ଼ା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନଶନ ହଲ୍‌ରେ ବିଜୁ ପଟ୍ଟନାୟକ କ୍ରୀଡ଼ା ଓ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି। ହକିର ପ୍ରବାଦପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଭାରତୀୟ ହକି ପ୍ରତି ବଳିଷ୍ଠ ଅବଦାନକୁ ଦେଶବାସୀଙ୍କ ମନରେ ଅବିସ୍ମରଣୀୟ କରି ରଖିବା ଉଦ୍ଦେଶ୍ୟରେ ତାଙ୍କ ଜନ୍ମ ଦିବସକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଉଛି।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଓ ଅନ୍ୟଅତିଥିମାନେ ଧ୍ୟାନଚାନ୍ଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ”ଧ୍ୟାନଚାନ୍ଦଙ୍କ ଖେଳରେ ମ୍ୟାଜିକ ଥିଲା। ଭାରତବର୍ଷ ପାଇଁ ଅନେକ ଅନ୍ତର୍ଜାତୀୟ ମ୍ୟାଚ ଖେଳି ସ୍ବର୍ଣ୍ଣ ପଦକ ଜିତି ସେ ଏକ ବିରଳ କୃତିତ୍ୱ ଅର୍ଜନ କରିଥିଲେ। ଆଜି ପର୍ଯ୍ୟନ୍ତ ତାଙ୍କ ଭଳି ହକି ଖେଳାଳି ଆଉ କେହି ବାହାରି ନାହାନ୍ତି। କ୍ରୀଡାବିତ୍‌ମାନେ ହେଉଛନ୍ତି ଆମର ଗର୍ବ ଓ ଗୌରବ। ସେମାନଙ୍କର
ତ୍ୟାଗ, ସାହସ ଓ ଉତ୍କର୍ଷ ଆମ ସମସ୍ତଙ୍କୁ ପ୍ରେରଣା ଦେଇଆସୁଛି।
କ୍ରୀଡାବିତ୍‌ଙ୍କ ସଫଳତା ହେଉଛି ସାରା ଓଡ଼ିଶାର ସଫଳତା। ପ୍ରତ୍ୟେକ ଓଡ଼ିଆ ଏହି ସଫଳତାରେ ଗର୍ବିତ“। ଆମର କ୍ରୀଡାବିତ୍‌ମାନେ ଅନ୍ତର୍ଜାତୀୟ ସ୍ତରରେ ନିଜର ଦକ୍ଷତା ଏବଂ ପରାକାଷ୍ଠା ପ୍ରମାଣ କରିଚାଲିଛନ୍ତି। ୧୯୭୨ ମସିହା ପରେ ପ୍ରଥମ ଥର ପାଇଁ ଭାରତୀୟ ହକି ଦଳ ୨୦୨୦ ଓ ୨୦୨୪ ଅଲମ୍ପିକ୍ସରେ କ୍ରମାଗତ ପଦକ ଜିତି ଇତିହାସ ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ସୁସ୍ଥ ଏବଂ ନିରାମୟ ଜୀବନ ଯାପନ କରିବା ପାଇଁ କ୍ରୀଡ଼ାକୁ ନିଜ ଦୈନନ୍ଦିନ ଜୀବନରେ ସାମିଲ କରିବାକୁ ପ୍ରତିଜ୍ଞାବଦ୍ଧ ହେବାକୁ ସେ ଆହ୍ବାନ ଦେଇଛନ୍ତି।
ହକି ଅଲିମ୍ପିଆନ ଲାଜରୁସ ବାର୍ଲାଙ୍କୁ ମୁଖ୍ୟମନ୍ତ୍ରୀ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାର ପ୍ରଦାନ କରିଥିଲେ। ପୁରସ୍କାର ଆକାରରେ ତାଙ୍କୁ ଟ୍ରଫି ଓ ମାନପତ୍ର ସହ ୪ ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା। ସେହିପରି ଶ୍ରେଷ୍ଠ ଆଥଲେଟ୍‌ ପୁରସ୍କାର ପାଇଥିଲେ ଜାଭେଲିନ୍‌ ଥ୍ରୋ ତାରକା କିଶୋର ଜେନା। ତାଙ୍କୁ ଟ୍ରଫି ଓ ମାନପତ୍ର ସହ ୩ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ। ଶ୍ରେଷ୍ଠ କୋଚ୍‌ ବିଜୟ କୁମାର ଲାକ୍ରା, ଟେକ୍ନିକାଲ୍‌ ଅଫିସିଆଲ୍‌ ରୂପାନ୍ବିତା ପଣ୍ଡା, ପାରା ସ୍ପୋଟର୍‌ସ ପାଇଁ ଦୃଷ୍ଟିବାଧିତ କ୍ରିକେଟର ଜାଫର ଇକ୍‌ବାଲ, ଇମର୍ଜିଂ ପ୍ଲେୟର ଭାରୋତ୍ତୋଳନ ପ୍ରତିଭା ପ୍ରୀତିସ୍ମିତା ଭୋଇ, ଶ୍ରେଷ୍ଠ କ୍ରୀଡ଼ା ଖବରଦାତା ସୁକେଶ ରଞ୍ଜନ ବେହେରା ପ୍ରମୁଖଙ୍କୁ ଟ୍ରଫି ଓ ମାନପତ୍ର ସହ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। ସ୍ପୋଟର୍‌ସ ପ୍ରମୋଶନ ପାଇଁ ନାଲ୍‌କୋକୁ ପୁରସ୍କୃତ କରାଯାଇଥିଲା। ସେହିପରି ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାରରେ ସମ୍ମାନିତ ହୋଇଥିବା କେନ୍ଦ୍ରାପଡା ଜିଲାର ଜୟନ୍ତୀ ମଲ୍ଲିକ ଓ ତାଙ୍କ ୧୨ ବର୍ଷର ପୁଅ ରୁଦ୍ର ମଲ୍ଲିକ ନିଜ ଜୀବନକୁ ବାଜି ଲଗାଇ ବ୍ରାହ୍ମଣୀ ନଦୀରେ ଭାସି ଯାଉଥିବା ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରିଥିଲେ। ସେମାନଙ୍କର ଏହି ସାହସିକତା ପାଇଁ ୨ ଲକ୍ଷ ଟଙ୍କାର ଚେକ୍‌ ଓ ରୌପ୍ୟ ପଦକ ପ୍ରଦାନ କରାଯାଇଥିଲା।
କ୍ରୀଡ଼ା ଓ ଯୁବସେବା, ଉଚ୍ଚ ଶିକ୍ଷା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସ୍ବାଗତ ଭାଷଣ ଦେଇ କହିଥିଲେ, ହକିର ଯାଦୁଗର ଥିଲେ ମେଜର ଧ୍ୟାନଚାନ୍ଦ। କ୍ରୀଡ଼ା କ୍ଷେତ୍ର ପ୍ରତି ଆଗ୍ରହ ରଖିଥିବା ପ୍ରତିଭାମାନେ ଧ୍ୟାନଚାନ୍ଦଙ୍କୁ ନିଜର ଆଦର୍ଶ ଭାବେ ଗ୍ରହଣ କଲେ ନିଶ୍ଚିତ ରୂପେ ସଫଳତା ହାସଲ କରିବେ। ଅନ୍ୟତମ ଅତିଥିଭାବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, କ୍ରୀଡ଼ା ଓ ଯୁବସେବା ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତିଶର୍ମା, କ୍ରୀଡ଼ା ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?