Posted inଜାତୀୟ

୭୦ ବର୍ଷରୁ ଅଧିକ ପ୍ରତ୍ୟେକ ଭାରତୀୟଙ୍କୁ ମାଗଣା ସ୍ୱାସ୍ଥ୍ୟସେବା ଦେବେ ସରକାର

ନୂଆଦିଲ୍ଲୀ,୨୭।୬: ୭୦ ବର୍ଷରୁ ଅଧିକ ବୟସର ପ୍ରତ୍ୟେକ ଭାରତୀୟ ନାଗରିକଙ୍କୁ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା ଯୋଜନା ଅଧୀନରେ ମାଗଣା ଚିକିତ୍ସା ଯୋଗାଇ ଦିଆଯିବ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର କହିଛନ୍ତି। ଦେଶରେ ୨୫,୦୦୦ ଜନ ଔଷଧି କେନ୍ଦ୍ରର ଉଦଘାଟନ ମଧ୍ୟ ଦ୍ରୁତ ଗତିରେ ଅଗ୍ରଗତି କରୁଛି ବୋଲି ସଂସଦର ମିଳିତ ବୈଠକକୁ ସମ୍ବୋଧିତ କରିବାବେଳେ ସେ କହିଛନ୍ତି।

ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି-ପିଏମଜେ) ଅଧୀନରେ ୫୫ କୋଟି ହିତାଧିକାରୀଙ୍କୁ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଉଛି ବୋଲି ରାଷ୍ଟ୍ରପତି ମୁର୍ମୁ କହିଛନ୍ତି। ସେ “ଆହୁରି ମଧ୍ୟ ସରକାର ଏହି କ୍ଷେତ୍ରରେ ଆଉ ଏକ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ବର୍ତ୍ତମାନ ୭୦ ବର୍ଷରୁ ଅଧିକ ବୟସ୍କ ପ୍ରତ୍ୟେକ ବ୍ୟକ୍ତିଙ୍କୁ ମଧ୍ୟ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ମାଗଣା ଚିକିତ୍ସାର ସୁବିଧା ମିଳିବ ବୋଲି ରାଷ୍ଟ୍ରପତି କହିଛନ୍ତି।

ବିଶ୍ୱର ସର୍ବ ବୃହତ ସାର୍ବଜନୀନ ଅନୁଦାନ ପ୍ରାପ୍ତ ସ୍ୱାସ୍ଥ୍ୟ ବୀମା ଯୋଜନା ଏବି-ପିଏମଜେ ୧୨ କୋଟି ପରିବାରକୁ ପ୍ରତି ବର୍ଷ ୫ ଲକ୍ଷ ଟଙ୍କାର ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଇବାକୁ ଲକ୍ଷ୍ୟ ରଖିଛି।

ଆୟୁଷ୍ମାନ ଭାରତ ଅଧୀନରେ ଥିବା ଡାକ୍ତରଖାନାଗୁଡ଼ିକର ସଶକ୍ତିକରଣ ପାଇଁ ହସ୍ପିଟାଲ୍ ଏମ୍ପାନେଲମେଣ୍ଟ ଆଣ୍ଡ ମ୍ୟାନେଜମେଣ୍ଟ (HEM) ନିର୍ଦ୍ଦେଶାବଳୀ ଏହି ଯୋଜନା ଅନ୍ତର୍ଗତ ଡାକ୍ତରଖାନାଗୁଡ଼ିକର ସୟିତ୍ୱ ସହିତ ରାଜ୍ୟ ସ୍ୱାସ୍ଥ୍ୟ ଏଜେନ୍ସିଗୁଡିକ (SHAs) କୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଡ୍ୟାମ୍‌ର ପୁଣି ୨ ଗେଟ୍‌ ଖୋଲିଲା, ୧୧୦ ଫୁଟ ଟପିଲା ଜଳପତ୍ତନ

ସମ୍ବଲପୁର,୧୮ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ...

ନିମାପଡ଼ାରେ ବଢ଼ିଲା ବାର୍ଡ ଫ୍ଲୁ ଆଶଙ୍କା

ନିମାପଡ଼ା,୧୮ା୭(ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ଅଞ୍ଚଳରେ ଏବେ କୁକୁଡ଼ା ମଡ଼କ ଯୋଗୁ ବାର୍ଡ ଫ୍ଲୁ ସଂକ୍ରମଣର ଆଶଙ୍କା କରାଯାଉଛି। ନିମାପଡ଼ା ବ୍ଲକ ଅନ୍ତର୍ଗତ ଡେଣୁଅଁ-ଖଣ୍ଡାସାହି ମାଇନର କେନାଲ୍‌...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ

ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି...

ଇନ୍‌କମ୍‌ ଟ୍ୟାକ୍ସ ଦେବା ଏବେ ଆହୁରି ହେଲା ସହଜ, ଅନ୍‌ଲାଇନ୍‌ରେ ଏମିତି ପୂରଣ କରିପାରିବେ ITR-2 ଫର୍ମ

ନୂଆଦିଲ୍ଲୀ,୧୮ା୭: ଆୟକର ବିଭାଗ ୧୮ ଜୁଲାଇ ୨୦୨୫ରୁ ଅନ୍‌ଲାଇନ୍‌ରେ ITR-୨ ଫର୍ମ ଦାଖଲ କରିବାର ସୁବିଧା ଆରମ୍ଭ କରିଛି। ଏବେ ଯେଉଁ ବେତନଭୋଗୀ କରଦାତାମାନଙ୍କର ପୁଞ୍ଜି...

ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ

ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ...

କ୍ଲାସ୍‌ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…

ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ...

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି।...

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri