ପ୍ରତିଟି ଜୀବନ ମୂଲ୍ୟବାନ୍‌: ମୁଖ୍ୟମନ୍ତ୍ରୀ

ରାୟଗଡ଼ା ଅଫିସ,୨୪।୧୧: ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଲୋକଙ୍କୁ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏହାକୁ ଉଦ୍‌ଘାଟନ କରିଛନ୍ତି। ଜିଲାର ୨,୫୨,୧୯୧ ପରିବାରର ୮,୩୪,୫୭୦ ଜଣ ଏଥିରୁ ଉପକୃତ ହେବେ। ପ୍ରତ୍ୟେକ ଜୀବନ ମୋ ପାଇଁ ମୂଲ୍ୟବାନ୍‌ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ଗରିବ ଲୋକଙ୍କ ସ୍ବାସ୍ଥ୍ୟ ସମସ୍ୟା ଚିନ୍ତା ଦୂରହୋଇଛି। ସେମାନେ ସ୍ବାସ୍ଥ୍ୟସେବା ପାଇଁ ଆର୍ଥିକ ସମସ୍ୟାରୁ ମୁକ୍ତି ପାଇପାରିବେ। ଲୋକେ ଚିକିତ୍ସା ପାଇଁ ଜମିବାଡ଼ି ବିକ୍ରି କରିଥାନ୍ତି। ଏବେ ବିନା ଅସୁବିଧାରେ ଲୋକେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ଡାକ୍ତରଖାନାରେ ଭଲ ଚିକିତ୍ସା ପାଇପାରିବେ। ଚିକିତ୍ସା ସୁବିଧା ଏବେ ସମସ୍ତଙ୍କର ହାତ ପାହାନ୍ତାରେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଜିଲାର ମା’ମାନେ ୪ହଜାର ମିଶନ ଶକ୍ତି ଗ୍ରୁପ୍‌ରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାୟଗଡ଼ା ଜିଲା ପାଇଁ ମୁଖ୍ୟମନ୍ତ୍ରୀ ୮୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ରାୟଗଡ଼ା ଜିଲାରେ ଜଳସେଚନର ସୁବିଧା ପାଇଁ ଦୁଇ ଗୋଟି ମେଗା ଲିଫ୍ଟ ପ୍ରକଳ୍ପ ଶେଷ ହୋଇଛି। ଏହାଦ୍ୱାରା ଗୁଣପୁର ବ୍ଲକର ୧୦ ହଜାର ହେକ୍ଟର ଜମିକୁ ପାଣି ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା, ରାଜ୍ୟ ସଭା ସଦସ୍ୟ ଏନ୍‌. ଭାସ୍କର ରାଓ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ଉପସ୍ଥିତ ଥିଲେ। ବିକାଶ ତଥା କଲ୍ୟାଣ କ୍ଷେତ୍ରରେ ଓଡ଼ିଶାକୁ ଦେଶର ଏକ ମଡେଲ ରାଜ୍ୟ ଭାବରେ ମୁଖ୍ୟମନ୍ତ୍ରୀ ପ୍ରତିଷ୍ଠିତ କରିପାରିଛନ୍ତି ବୋଲି ସେମାନେ କହିଛନ୍ତି। ରାଜ୍ୟ ଚଳଚ୍ଚିତ୍ର ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପଦେଷ୍ଟା ସୁଧୀର କୁମାର ଦାଶ, ବିଧାୟକ ଅତୁନ ସବ୍ୟସାଚୀ ନାୟକ, ଜିଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା, ଜିଲାପାଳ ସରୋଜ କୁମାର ମିଶ୍ର, ଏସ୍‌ପି ବିବେକାନନ୍ଦ ଶର୍ମା ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri