ପ୍ରତିଟି ଜୀବନ ମୂଲ୍ୟବାନ୍‌: ମୁଖ୍ୟମନ୍ତ୍ରୀ

ରାୟଗଡ଼ା ଅଫିସ,୨୪।୧୧: ରାୟଗଡ଼ାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ଲୋକଙ୍କୁ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସରେ ଏହାକୁ ଉଦ୍‌ଘାଟନ କରିଛନ୍ତି। ଜିଲାର ୨,୫୨,୧୯୧ ପରିବାରର ୮,୩୪,୫୭୦ ଜଣ ଏଥିରୁ ଉପକୃତ ହେବେ। ପ୍ରତ୍ୟେକ ଜୀବନ ମୋ ପାଇଁ ମୂଲ୍ୟବାନ୍‌ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ଗରିବ ଲୋକଙ୍କ ସ୍ବାସ୍ଥ୍ୟ ସମସ୍ୟା ଚିନ୍ତା ଦୂରହୋଇଛି। ସେମାନେ ସ୍ବାସ୍ଥ୍ୟସେବା ପାଇଁ ଆର୍ଥିକ ସମସ୍ୟାରୁ ମୁକ୍ତି ପାଇପାରିବେ। ଲୋକେ ଚିକିତ୍ସା ପାଇଁ ଜମିବାଡ଼ି ବିକ୍ରି କରିଥାନ୍ତି। ଏବେ ବିନା ଅସୁବିଧାରେ ଲୋକେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ଡାକ୍ତରଖାନାରେ ଭଲ ଚିକିତ୍ସା ପାଇପାରିବେ। ଚିକିତ୍ସା ସୁବିଧା ଏବେ ସମସ୍ତଙ୍କର ହାତ ପାହାନ୍ତାରେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଜିଲାର ମା’ମାନେ ୪ହଜାର ମିଶନ ଶକ୍ତି ଗ୍ରୁପ୍‌ରେ ସାମିଲ ହୋଇ ନିଜର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାୟଗଡ଼ା ଜିଲା ପାଇଁ ମୁଖ୍ୟମନ୍ତ୍ରୀ ୮୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ରାୟଗଡ଼ା ଜିଲାରେ ଜଳସେଚନର ସୁବିଧା ପାଇଁ ଦୁଇ ଗୋଟି ମେଗା ଲିଫ୍ଟ ପ୍ରକଳ୍ପ ଶେଷ ହୋଇଛି। ଏହାଦ୍ୱାରା ଗୁଣପୁର ବ୍ଲକର ୧୦ ହଜାର ହେକ୍ଟର ଜମିକୁ ପାଣି ମିଳିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା, ରାଜ୍ୟ ସଭା ସଦସ୍ୟ ଏନ୍‌. ଭାସ୍କର ରାଓ, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ଉପସ୍ଥିତ ଥିଲେ। ବିକାଶ ତଥା କଲ୍ୟାଣ କ୍ଷେତ୍ରରେ ଓଡ଼ିଶାକୁ ଦେଶର ଏକ ମଡେଲ ରାଜ୍ୟ ଭାବରେ ମୁଖ୍ୟମନ୍ତ୍ରୀ ପ୍ରତିଷ୍ଠିତ କରିପାରିଛନ୍ତି ବୋଲି ସେମାନେ କହିଛନ୍ତି। ରାଜ୍ୟ ଚଳଚ୍ଚିତ୍ର ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପଦେଷ୍ଟା ସୁଧୀର କୁମାର ଦାଶ, ବିଧାୟକ ଅତୁନ ସବ୍ୟସାଚୀ ନାୟକ, ଜିଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା, ଜିଲାପାଳ ସରୋଜ କୁମାର ମିଶ୍ର, ଏସ୍‌ପି ବିବେକାନନ୍ଦ ଶର୍ମା ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri