ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ରବିବାର ସକାଳ ସୁଦ୍ଧା ଏହା ଅବପାତ(ଡିପ୍ରେସନ)ରେ ପରିଣତ ହେବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗ ଦେଇ ଗତିକରି ଆହୁରି ବଳ ଗୋଟାଇ ଭୟଙ୍କର ସାମୁଦ୍ରିକ ଝଡ଼ ‘ୟାସ୍‌’ରେ ପରିଣତ ହେବ। ୨୬ ତାରିଖ ସକାଳେ ଉତ୍ତର ଓଡ଼ିଶା କିମ୍ବା ବାଂଲାଦେଶ ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ବାତ୍ୟା କେଉଁ ସ୍ଥାନ ଦେଇ ଗତି କରିବ ସେ ନେଇ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ। ଲଘୁଚାପ ଅବପାତ ନେବା ପରେ ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟାର ଲ୍ୟାଣ୍ଡଫଲ୍‌ ସମ୍ପର୍କରେ କୁହାଯାଇପାରିବ ବୋଲି ଭାରତୀୟ ପାଣିପାଗ ବିଭାଗର ଡାଇରେକ୍ଟର ଜେନେରାଲ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ସମୀକ୍ଷା କରିଛନ୍ତି। ଜନସାଧାରଣଙ୍କ ଜୀବନର ସୁରକ୍ଷା ଉପରେ ଗୁରୁତ୍ୱ ଦେଇ ପଦକ୍ଷେପ ନେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁ ବିପର୍ଯ୍ୟୟ ପରିଚାଳନା ବେଳେ ଆମ ପାଇଁ ସବୁ ଜୀବନ ମୂଲ୍ୟବାନ। ତଳିଆ ଅଞ୍ଚଳ ଏବଂ ବିପଦସଙ୍କୁଳ ସ୍ଥାନରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଜିଲାପାଳ ଓ ଏସ୍‌ପିମାନେ ଏହି କାର୍ଯ୍ୟକୁ ବ୍ୟକ୍ତିଗତ ଭାବେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ମୁଖ୍ୟ ଶାସନ ସଚିବ ବାତ୍ୟା ପ୍ରସ୍ତୁତି କାର୍ଯ୍ୟକ୍ରମକୁ ନିୟମିତ ମନିଟରିଂ କରି ଜିଲା ପ୍ରଶାସନକୁ ଆବଶ୍ୟକ ପରାମର୍ଶ ଦେବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri