ନଭେମ୍ବରର ସବୁ ଶନିବାର ସରକାରୀ ଅଫିସ ଛୁଟି

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଆସନ୍ତା ମାସରେ ମଧ୍ୟ ସବୁ ଶନିବାର ସରକାରୀ ଅଫିସ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି। ଏନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ସେଥିରେ ଉଲ୍ଲେଖ କରାଯାଇଛି ଯେ, ଭୁବନେଶ୍ୱର ଏବଂ କଟକର ସମସ୍ତ ସରକାରୀ କାର୍ଯ୍ୟାଳୟ ସହିତ ଏହାର ଅଧସ୍ତନ ବିଭାଗ ୫୦ ପ୍ରତିଶତ ଅଧିକାରୀଙ୍କୁ ନେଇ ଚାଲିବ। ଏଥିରେ ଗ୍ରୁପ-ଏ ଅଧିକାରୀ ମଧ୍ୟ ସାମିଲ ରହିବେ। ଏହାଦ୍ୱାରା ଯେପରି ସରକାରଙ୍କ କାର୍ଯ୍ୟରେ କୌଣସି ପ୍ରକାର ବାଧାପ୍ରାପ୍ତ ନ ହେବ ସେନେଇ ବିଶ୍ୱାସ ଦେବାକୁ କୁହାଯାଇଛି। ଅନ୍ୟପଟେ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। କଟକ ଓ ଭୁବନେଶ୍ୱରର ସବୁ ସରକାରୀ ବିଭାଗ କିମ୍ବା ଏହାର କାର୍ଯ୍ୟାଳୟ ମୁଖ୍ୟ କେଉଁ ୫୦ ପ୍ରତିଶତ କର୍ମଚାରୀ କାର୍ଯ୍ୟରେ ରହିବେ ସେନେଇ ସ୍ପଷ୍ଟ କରିବେ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ ଯଥା, ଏସ୍‌ଆରସି, ଓସ୍‌ଡମା, ପୋଲିସ, ଅଗ୍ନିଶମ, ସ୍ବାସ୍ଥ୍ୟ ଏବଂ ମ୍ୟୁନିସିପାଲର ସବୁ କର୍ମଚାରୀ କାର୍ଯ୍ୟରେ ରହିବେ। ସବୁ ଅଫିସର କର୍ମଚାରୀ କୋଭିଡ ନିୟମକୁ ଠିକ୍‌ରେ ପାଳନ କରି କାମ କରିବେ। ଯଦି କୌଣସି କର୍ମଚାରୀଙ୍କ କୋଭିଡ ପଜିଟିଭ ଚିହ୍ନଟ ହୁଅନ୍ତି ତେବେ ସରକାରୀ ପ୍ରୋଟକଲ ଅନୁଯାୟୀ କାମ କରାଯିବ। ରୋଷ୍ଟର ଡ୍ୟୁଟିରେ ନ ଥିବା କର୍ମଚାରୀ ଘରୁ ରହି କାମ କରିବେ। ଯେଉଁମାନେ ଘରୁ ରହି କାମ କରିବେ ସେମାନେ ସବୁ ସମୟରେ ଯେକୌଣସି ଅଫିସ କାମ କରିବାକୁ ପ୍ରସ୍ତୁତ ରହିବେ ଏବଂ ସଙ୍ଗେସଙ୍ଗେ ଟେଲିଫୋନ ଉଠାଇବା ଦରକାର ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri