Posted inରାଜ୍ୟ

ପ୍ରତି ବିଦ୍ୟାଳୟରେ ରହିବ ‘ହାଉସ୍‌ ସିଷ୍ଟମ୍‌’

ଭୁବନେଶ୍ୱର, ୨୬।୧(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ବିଦ୍ୟାଳୟରେ ଆରମ୍ଭ ହେବ ‘ହାଉସ୍‌ ସିଷ୍ଟମ୍‌’। ସ୍କୁଲ୍‌ରେ ଛାତ୍ରୀଛାତ୍ରଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ହାଉସ୍‌ ଗଠନ କରାଯିବ ଏବଂ ପ୍ରତ୍ୟେକ ହାଉସ୍‌ରେ ଉଭୟ ଛାତ୍ରୀ ଏବଂ ଛାତ୍ର ରହିବେ। ସପ୍ତାହର ପ୍ରତ୍ୟେକ ଶନିବାର ଛାତ୍ରୀଛାତ୍ରମାନେ ବିଭିନ୍ନ ପ୍ରକାର ସହପାଠ୍ୟଭିତ୍ତିକ ଏବଂ ଆକାଂକ୍ଷିତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଆଗାମୀ ଶିକ୍ଷାବର୍ଷରୁ ରାଜ୍ୟର ସମସ୍ତ ଉଚ୍ଚ ବିଦ୍ୟାଳୟରେ ଏହି ହାଉସ୍‌ ବ୍ୟବସ୍ଥା ଲାଗୁ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥି ଏସ୍‌. କହିଛନ୍ତି। ସେହିପରି ସ୍କୁଲ ଶିକ୍ଷାରେ ସହପାଠ୍ୟଭିତ୍ତିକ କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବାକୁ ପୂର୍ବରୁ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଥିବା ସ୍କୁଲ୍‌ କ୍ୟାବିନେଟ୍‌କୁ ଅଧିକ କାର୍ଯ୍ୟକ୍ଷମ କରାଯିବ ବୋଲି ସଚିବ କହିଛନ୍ତି।

ବୁଧବାର ‘ମୋ ସ୍କୁଲ୍‌ ଅଭିଯାନ’ର ୩୮ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ଯୋଗଦେଇ ବିଭାଗୀୟ ଶାସନ ସଚିବ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଷ୍ଟୁଡେଣ୍ଟ ଡାଏରୀ ବାଧ୍ୟତାମୂଳକ କରିବା ଏବଂ ପ୍ରତ୍ୟେକ ବିଦ୍ୟାଳୟରେ ଏକାଡେମିକ୍‌ କ୍ୟାଲେଣ୍ଡର୍‌ ପ୍ରଚଳନ କରିବାକୁ କହିଥିଲେ। ସେହିଭଳି ଆସନ୍ତା ଫେବୃୟାରୀରେ ପୁରାତନ ଛାତ୍ରୀଛାତ୍ରଙ୍କ ସହ ସମସ୍ତ ଜିଲାର ଜିଲା ଶିକ୍ଷାଧିକାରୀ ଏବଂ ଜିଲାପାଳଙ୍କୁ ନେଇ ‘ମୋ ସ୍କୁଲ୍‌’ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ‘ମୋ ସ୍କୁଲ୍‌ ଅଭିଯାନ’ ଅଧୀନରେ ଭଲ ପ୍ରଦର୍ଶନ କରିଥିବା ଜିଲାମାନଙ୍କୁ ଏହି ଅବସରରେ ପୁରସ୍କୃତ କରାଯିବ। ବୈଠକରେ ଓଡ଼ିଶାର ୨୮ଟି ଜିଲାର ମୋଟ ୨୩୦ କୋଟି ୩୧ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି, ଯାହାକି ୩,୮୨୦ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶରେ ବିନିଯୋଗ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?