Posted inଜାତୀୟ

ପ୍ରତି ବୁଧବାର ସାଇକେଲରେ ଅଫିସ ଯିବେ ସରକାରୀ କର୍ମଚାରୀ…

କାଭରତ୍ତି, ୫।୪ : ଦ୍ରୁତଗତିରେ ବାୟୁ ଗୁଣବତ୍ତା ସମଗ୍ର ବିଶ୍ୱରେ ଖରାପ ହେଉଥିବାରୁ ଏହା ଚିନ୍ତାର କାରଣ ପାଲଟିଛି। ଭାରତରେ ଅବସ୍ଥା ଅଧିକ ଖରାପ ହେବାରେ ଲାଗିଛି। ବାୟୁ ପ୍ରଦୂଷଣକୁ ହ୍ରାସ କରିବା ପାଇଁ ପାଣିପାଗ ବିଜ୍ଞାନୀ ଏବଂ ପରିବେଶବିତ୍‌ ମାନେ ନିରନ୍ତର କାର୍ଯ୍ୟ କରୁଛନ୍ତି। ଏହିମର୍ମରେ କେନ୍ଦ୍ର ଶାସିତ ଅଞ୍ଚଳ ଲାକ୍ଷାଦ୍ୱୀପରେ ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ବୁଧବାର ଏଠାରେ ସରକାରୀ କର୍ମଚାରୀଙ୍କ ପାଇଁ ’ସାଇକେଲ ଦିବସ’ ପାଳନ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ଏହି ଆଦେଶ ଏପ୍ରିଲ ୬ରୁ କାର୍ଯ୍ୟକାରୀ ହେବ । ଲାକ୍ଷାଦୀପ ପ୍ରଶାସନର ଆଦେଶ ଅନୁଯାୟୀ, ଏପ୍ରିଲ ୬ରୁ ପ୍ରତ୍ୟେକ ବୁଧବାର ରାଜ୍ୟରେ ସାଇକେଲ ଦିବସ ପାଳନ କରାଯିବ।

ଏହି କ୍ରମରେ ଏହା ମଧ୍ୟ କୁହାଯାଇଛି ଯେ ପ୍ରତ୍ୟେକ ବୁଧବାର ଦିନ ସମସ୍ତ ସରକାରୀ କର୍ମଚାରୀ ସାଇକେଲରେ ନିଜ କାର୍ଯ୍ୟାଳୟକୁ ଆସିବେ। ପ୍ରଶାସନ ମଧ୍ୟ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି। ପ୍ରଶାସନ ଅନୁଯାୟୀ, ୨୮ ଜାନୁୟାରୀ ୨୦୨୨ ରେ ଅନୁଷ୍ଠିତ ୨୩ତମ ଲାକ୍ଷାଦ୍ୱୀପ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବୈଠକରେ ଦିଆଯାଇଥିବା ପରାମର୍ଶ ଆଧାରରେ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। କେବଳ ଅକ୍ଷମ ଏବଂ ଅସୁସ୍ଥ ସରକାରୀ କର୍ମଚାରୀଙ୍କୁ ଏହି ଆଦେଶରୁ ମୁକ୍ତ କରାଯିବ ବୋଲି ପ୍ରଶାସନ କହିଛି।

ସୂଚନାଯୋଗ୍ୟ ଯେ ନିକଟରେ ଜାତିସଂଘର ପରିବେଶ ସୁରକ୍ଷା ଏଜେନ୍ସି ବିଶ୍ୱର ବିଭିନ୍ନ ଦେଶର ବାୟୁ ଗୁଣବତ୍ତା ର଼୍ୟାକିଂ ପ୍ରକାଶ କରିଛି। ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ ପୃଥିବୀର ୫୦ଟି ଖରାପ ବାୟୁ ଗୁଣବତ୍ତା ସହର ମଧ୍ୟରୁ ୩୫ଟି ଭାରତରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri