Posted inଜାତୀୟ

‘ପ୍ରତି ମହିଳାଙ୍କୁ ମାସକୁ ମିଳିବ ହଜାର ଟଙ୍କା’

ମୋଗା,୨୨।୧୧: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ବଡ ନିର୍ବାଚନ ପ୍ରତିଶୃତି ଦେଇଛନ୍ତି। ପଞ୍ଜାବର ମୋଗାରେ ଏକ ସମାବେଶକୁ ସମ୍ବୋଧିତ କରିବାବେଳେ ସେ କହିଛନ୍ତି ଯେ, ଯଦି ପଞ୍ଜାବରେ ଆମ ଆଦମୀ ପାର୍ଟି ସରକାର ଗଠନ ହୁଏ ତେବେ ୧୮ ବର୍ଷରୁ ଊର୍ଦ୍ଧ୍ୱ ପ୍ରତ୍ୟେକ ମହିଳାଙ୍କୁ ମାସକୁ ୧୦୦୦ ଟଙ୍କା ଦିଆଯିବ। ପେନସନ ବ୍ୟତୀତ ଏହି ଟଙ୍କା ଉପଲବ୍ଧ ହେବ। ଏହା ଦୁନିଆର ସବୁଠାରୁ ବଡ ମହିଳା ସଶକ୍ତିକରଣ ଅଭିଯାନ ହେବ ବୋଲି ସେ କହିଛନ୍ତି।
କେଜ୍‌ରିଓ୍ବାଲ ଆହୁରି ମଧ୍ୟ କହିଛନ୍ତି ଯେ, ମୋର ବିରୋଧୀମାନେ କହିବେ ଟଙ୍କା କେଉଁଠୁ ଆସିବ? କେବଳ ପଞ୍ଜାବରୁ ମାଫିଆକୁ ହଟାଇବାକୁ ଚାହୁଁଛନ୍ତି। ଟଙ୍କା ଆସିଯିବ। ମୁଖ୍ୟମନ୍ତ୍ରୀ ବିମାନ କିଣନ୍ତି। ମୁଁ କିଣିଲି ନାହିଁ, ମୁଁ ଟିକେଟ ମାଗଣା କରିଦେଲି। କେଜ୍‌ରିଓ୍ବାଲ ଯାହା କୁହନ୍ତି ତାହା କରନ୍ତି। ଏହି ନିର୍ବାଚନ ପଞ୍ଜାବର ଭବିଷ୍ୟତକୁ ବଦଳାଇପାରେ ଏଥର ପିତା କିମ୍ବା ସ୍ବାମୀ କାହାକୁ ଭୋଟ ଦେବେ ତାହା କହିବେ ନାହିଁ। ବରଂ ମହିଳାମାନେ କାହାକୁ ଭୋଟ ଦେବେ ତାହା ସ୍ଥିର କରିବେ। ସମସ୍ତ ମହିଳା ଘରେ କହିବା ଉଚିତ୍‌ ଯେ ଏଥର କେବଳ କେଜ୍‌ରିଓ୍ବାଲଙ୍କୁ ସୁଯୋଗ ଦିଅ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri