Posted inଫୁରସତ

ସଭିଙ୍କୁ ସମାନ ଅଧିକାର

ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟଗୁଡ଼ିକ ଅନ୍ୟାନ୍ୟ ଜନସଂଖ୍ୟା ସହିତ ସମାନ ଅଧିକାରରୁ ଉପକୃତ ହେବା ନିଶ୍ଚିତ କରିବା ଲାଗି ସ୍ବତନ୍ତ୍ର ପଦକ୍ଷେପ ଆବଶ୍ୟକ କରିଥା’ନ୍ତି। ତେଣୁ ପ୍ରତିବର୍ଷ ସଂଖ୍ୟାଲଘୁ ଅଧିକାର ଦିବସ ଡିସେମ୍ବର ୧୮ରେ ପାଳନ କରାଯାଇ ସମାଜର ସମସ୍ତ ବର୍ଗଙ୍କୁ ସେମାନଙ୍କର ମାନବିକ ଅଧିକାର ପ୍ରଦାନ କରିବା ନେଇ ପଦକ୍ଷେପ ଗ୍ରହଣ କରାଯାଇଥାଏ। ଅନ୍ୟ ଅର୍ଥରେ, ଏହି ଦିନର ଲକ୍ଷ୍ୟ ହେଉଛି ଯେ ଏକ ସଂଖ୍ୟାଲଘୁ ସମ୍ପ୍ରଦାୟର ବ୍ୟକ୍ତିମାନେ ସଂଖ୍ୟାଗରିଷ୍ଠତା ଥିବା ବ୍ୟକ୍ତିଙ୍କ ସହିତ ପ୍ରଭାବଶାଳୀ ସମାନ ସୁବିଧା ସୁଯୋଗ ଯୋଗାଇଦେବା ନେଇ ସଚେତନତା ସୃଷ୍ଟି କରାଯାଇଥାଏ।

ସଂଖ୍ୟାଲଘୁ ଅଧିକାର ଦିବସ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ସଶକ୍ତ କରେ ଏବଂ ବ୍ୟକ୍ତିଗତ ସ୍ବାଧୀନତାକୁ ପ୍ରୋତ୍ସାହିତ କରିଥାଏ। ୨୦୧୧ ଜନଗଣନା ତଥ୍ୟ ଅନୁଯାୟୀ, ଭାରତ ଜନସଂଖ୍ୟାର ୧୯.୩୦ ପ୍ରତିଶତ ଅର୍ଥାତ୍‌ ୨୩.୩୭ କୋଟି ହେଉଛନ୍ତି ସଂଖ୍ୟାଲଘୁ ଜନସଂଖ୍ୟା। ସେଥିମଧ୍ୟରେ ମୁସଲମାନ ୧୪.୨ ପ୍ରତିଶତ, ଖ୍ରୀଷ୍ଟିଆନ୍‌ ୨.୩ ପ୍ରତିଶତ, ଶିଖ୍‌ ୧.୩ ପ୍ରତିଶତ, ବୌଦ୍ଧ ୦.୭ ପ୍ରତିଶତ, ଜୈନ ୦.୪ ପ୍ରତିଶତ ଏବଂ ପାର୍ସୀ। ଜମ୍ମୁ-କଶ୍ମୀର, ପଞ୍ଜାବ, ମେଘାଳୟ, ମିଜୋରାମ, ନାଗାଲାଣ୍ଡ ଏବଂ ଲାକ୍ଷାଦ୍ୱୀପ ଆଦିଠାରେ କୌଣସି ଏକ ନିର୍ଦ୍ଦିଷ୍ଟ ସଂଖ୍ୟାଲଘୁ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ଦେଶରେ ସଂଖ୍ୟାଲଘୁମାନେ ମଧ୍ୟ ପ୍ରଗତି ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥା’ନ୍ତି। ଭାରତରେ ସଂଖ୍ୟାଲଘୁ ଅଧିକାର ଦିବସ ପ୍ରଥମେ ୧୮ ଡିସେମ୍ବର ୨୦୧୩ରେ ପାଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପ୍ରଥମ ରୋଜଗାର ଟଙ୍କା ବାପା-ବୋଉ ହାତକୁ ବଢାଇ ଦେବାର ସତ୍‌ ସାହସ ନ ଥିଲା: ପରେ ମୋ ପଇସାରେ ବାପାଙ୍କ ଲୋନ୍‌ କ୍ଲିଅର କରିଥିଲି

ଏତେ ବର୍ଷ ପରେ ନିଜ ପହିଲି ରୋଜଗାରର ପୁଲକ ବିଷୟରେ କିଛି ଲେଖିବାକୁ ଆରମ୍ଭ କଲା ବେଳେ ଟିକେ ଭାବପ୍ରବଣ ହୋଇ ଉଠୁଛି ମନ। ଦୃଶ୍ୟପଟ୍ଟରେ ଭାସି…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri