କଂଗ୍ରେସର ସମସ୍ତେ ଗାନ୍ଧୀ ପରିବାର ସହ ଅଛନ୍ତି: ଶରତ

ଭୁବନେଶ୍ବର, ୨୭ା୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରରୋଚିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ନାଶନାଲ ହେରାଲ୍ଡ ମାମଲାରେ ବାରମ୍ବାର ଜେରା କରିବାକୁ ଡାକି ନିର୍ଯାତନା ଦେଉଛି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଅଭିଯୋଗ କରାଯାଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ ନେତା, କର୍ମୀ ପିଏମ୍‌ଜି ଛକରେ ସତ୍ୟାଗ୍ରହ କରିଛନ୍ତି। ସତ୍ୟାଗ୍ରହ ପରେ ମହିଳା କଂଗ୍ରେସ ପକ୍ଷରୁ ମାଷ୍ଟରକ୍ୟାଣ୍ଟିନଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୁଶପୁତ୍ତଳିକା ଦାହ ସହ ଭାଜପାର ଏହା ହୀନ ରାଜନୀତି ବୋଲି ସ୍ଲୋଗାନ ଦିଆଯାଇଥିଲା। ଅନ୍ୟପକ୍ଷରେ ଦିଲ୍ଲୀରେ ରାହୁଲ ଗାନ୍ଧୀ ରାସ୍ତାରେ ବସି ପ୍ରତିବାଦ ଜଣାଉଥିବା ବେଳେ ପୋଲିସ ତାଙ୍କୁ ସେଠାରୁ ଉଠାଇନେଇ ଅଟକ ରଖିବା କଥାକୁ ରାଜ୍ୟର ଛାତ୍ର କଂଗ୍ରେସ ହଜମ କରିପାରିନାହିଁ। ଉତ୍କଳ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଛାତ୍ର କଂଗ୍ରେସ ନେତା ଓ କର୍ମୀମାନେ ଦୀର୍ଘ ସମୟ ରାସ୍ତାରେ ଆନ୍ଦୋଳନ କରିଛନ୍ତି। ଫଳରେ କିଛି ସମୟ ରାସ୍ତା ଜାମ୍‌ ହୋଇଥିଲା । ଅନ୍ୟପକ୍ଷରେ କେନ୍ଦ୍ର ସରକାର ନିଜ ବିଫଳତା ଲୁଚାଇବାକୁ ତଦନ୍ତକାରୀ ସଂସ୍ଥାଗୁଡିକର ଅପବ୍ୟବହାର କରି ଏଭଳି ଡରାଇବାର ଉଦ୍ୟମ ଚଳାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କୁ ନିନ୍ଦିତ କରିବା ଲାଗି ଏକ ପ୍ରକାର ଅପଚେଷ୍ଟା ଚଳାଇଛନ୍ତି। ଶାସନ କ୍ଷମତାକୁ ଆସିବା ପୂର୍ବରୁ ଦେଶର ଜନଗଣଙ୍କୁ ଭାଜପା ଯେଉଁ ପ୍ରତିଶ୍ରୁତି ଦେଇଥିଲା ସେଥିରୁ ଗୋଟିଏ ବି ପୂରଣ ହୋଇନାହିଁ। ଏପରି ସ୍ଥଳେ ଏସବୁ ସମସ୍ୟାକୁ ନେଇ ଯେତେବେଳେ ସୋନିଆ ଓ ରାହୁଲ ପାର୍ଲାମେଣ୍ଟ ଭିତରେ ଏବଂ ବାହାରେ ସରକାରଙ୍କ ନୀତି ଓ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରୁଥିବାରୁ ଇଡି, ସିବିଆଇ ଓ ଆଇଟିର ଭୟ ଦେଖାଇ ସେମାନଙ୍କ ମୁହଁ ବନ୍ଦ କରିବାକୁ ଚେଷ୍ଟା ଚାଲିଛି। ଏହି ଅବସରରେ ଶରତ ପଟ୍ଟନାୟକ କହିଛନ୍ତି, ମୋଦି ସରକାର ଆକ୍ରୋଶମୂଳକ ରାଜନୀତି ଚଳାଇଛନ୍ତି। ଏହାକୁ ଦୃଢ଼ ନିନ୍ଦା କରିବା ସହିତ ସାରା ରାଜ୍ୟର ସମସ୍ତ କଂଗ୍ରେସ ନେତୃବର୍ଗ, କର୍ମୀ ଓ ସାଧାରଣ ଜନତା ସୋନିଆ ଗାନ୍ଧୀଙ୍କ ପଛରେ ଛିଡ଼ା ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?