କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

ଭୁବନେଶ୍ୱର,୧୬ା୪(ଅନିଲ ଦାସ):କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି। ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲାରେ ସେ ଗୋଟିଏ ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା କରିନାହାନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସୋସିଆଲ ମିଡିଆ ପୋଷ୍ଟ ଉପରେ ମତ ରଖି ବିଜେଡି ରାଷ୍ଟ୍ରୀୟ ମୁଖପାତ୍ର ସସ୍ମିତ ପାତ୍ର ଏହା କହିଛନ୍ତି।
ସେ କହିଛନ୍ତି, ଢେଙ୍କାନାଳ ଓ ସମ୍ବଲପୁରବାସୀ ବାରମ୍ବାର ୫୫ ନମ୍ବର ଜାତୀୟ ରାଜପଥ ପ୍ରସଙ୍ଗ ଉଠାଇ ଆସୁଛନ୍ତି। ଏଥିସହିତ ଏହି ସଡ଼କର ଅବସ୍ଥା ଅତ୍ୟନ୍ତ ବିପଜ୍ଜନକ ଥିବାରୁ କିଭଳି ଶହ ଶହ ମୂଲ୍ୟବାନ ଜୀବନ ଯାଉଛି ତାହା ଦର୍ଶାଇ ଆସୁଛନ୍ତି ।
ହେଲେ କେନ୍ଦ୍ରମନ୍ତ୍ରୀ ବାରମ୍ବାର ଏହି ସମସ୍ୟାର ସମାଧାନ କରିବାକୁ କିମ୍ବା ଏହି ପ୍ରସଙ୍ଗରେ କହିବାକୁ ମନା କରି ଦେଇଛନ୍ତି । ଏବେ ସେ ସମ୍ବଲପୁରରୁ ନିର୍ବାଚନ ଲଢୁଥିବା ବେଳେ ଏଭଳି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ କିଭଳି ସାମ୍ନା କରିବେ ବୋଲି ସସ୍ମିତ ପ୍ରଶ୍ନ କରିଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଢେଙ୍କାନାଳ, ସମ୍ବଲପୁର, ଅନୁଗୋଳ ଓ ଦେବଗଡ଼ ଜିଲାରେ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିନାହାନ୍ତି । ଏପରି କି ନିଜ ଗାଁରେ ଗୋଟିଏ ସ୍ମାର୍ଟ କ୍ଲାସ୍‌ରୁମ୍‌ ମଧ୍ୟ ନିର୍ମାଣ କରି ନାହାନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ତାଙ୍କ ନିଜ ଗାଁରେ ଭାଜପା ପରାଜିତ ହୋଇଥିଲା। ଅପରପକ୍ଷରେ ବିଜେଡି ସରକାର ସ୍ମାର୍ଟ କ୍ଲାସରୁମ୍‌, ଡିଜିଟାଲ୍‌ ଲାଇବ୍ରେରୀ ଏବଂ ଅତ୍ୟାଧୁନିକ ଭିତ୍ତିଭୂମି ମାଧ୍ୟମରେ ହାଇସ୍କୁଲ ଶିକ୍ଷାକୁ ୫-ଟି କାର୍ଯ୍ୟକ୍ରମ ମାଧ୍ୟମରେ ରୂପାନ୍ତରଣ କରିଛନ୍ତି। ସେ ସବୁ ରୂପାନ୍ତରଣ ତାଙ୍କୁ ଦେଖାଯାଉ ନାହିଁ । ୫-ଟି ଅଭିଯାନରେ ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ’ ଅଧୀନରେ ଓଡ଼ିଶାକୁ ‘ଆୱାର୍ଡ ଅଫ୍‌ ଏକ୍ସଲେନ୍ସ’ ପୁରସ୍କାର ପ୍ରଦାନ କରାଯାଇଥିବାରୁ ଧର୍ମେନ୍ଦ୍ର ପ୍ରକୃତରେ ଦୁଃଖିତ ବୋଲି ସସ୍ମିତ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?