‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ ନିରାକରଣ ସମ୍ପର୍କିତ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ପ୍ରୟୋଗଶାଳା ପ୍ରଦର୍ଶକ ଅଶ୍ୱିନୀ କୁମାର ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ଡ. କୈଳାସ ଚନ୍ଦ୍ର ସ୍ବାଇଁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପାଠଚକ୍ରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବା ସହ ସାମ୍ପ୍ରତିକ ପରିସ୍ଥିତିରେ ମନୁଷ୍ୟ ସମେତ ସମସ୍ତ ପ୍ରାଣୀ ସମ୍ପଦର ସ୍ବାସ୍ଥ୍ୟ ସୁରକ୍ଷା ଏବେ ଚ୍ୟାଲେଞ୍ଜ ହୋଇପଡ଼ିଛି। ସ୍ବାସ୍ଥ୍ୟ ସମସ୍ୟା ପ୍ରତି ସମସ୍ତେ ସଚେତନ ରହିବା ନିତାନ୍ତ ଆବଶ୍ୟକ। ଛାତ୍ରୀଛାତ୍ର ଓ ଅଧ୍ୟାପିକା ଅଧ୍ୟାପକ ସ୍ବାସ୍ଥ୍ୟ ସଚେତନତା କ୍ଷେତ୍ରରେ ସକ୍ରିୟ ରହି ଆବଶ୍ୟକ କାର୍ଯ୍ୟ କରିବା ଉଚିତ୍‌। ଉନ୍ନତ ଜୀବନ ଶୈଳୀ, ସମୟୋପଯୁକ୍ତ ଚିକିତ୍ସା ଦ୍ବାରା ପ୍ରତ୍ୟେକ ବ୍ୟକ୍ତି ସ୍ବାସ୍ଥ୍ୟ ପ୍ରତି ସଚେତନ ରହିବା ଦ୍ୱାରା ଆସନ୍ନ ବିପଦଗୁଡିକୁ ମୁକାବିଲା କରି ପାରିବା। ଆତ୍ମିକ ସ୍ବାସ୍ଥ୍ୟର ଗୁରୁତ୍ୱ ଉପରେ ଜୋର୍‌ ଦେଇ ସମସ୍ତ ବ୍ୟକ୍ତି ମନୋଶାନ୍ତି ଓ ସକାରାତ୍ମକ ଚିନ୍ତାଧାରା ପ୍ରତି ଗୁରୁତ୍ୱାରୋପ କରିବାକୁ ସେ ଉପସ୍ଥିତ ଛାତ୍ରୀଛାତ୍ର ଅଧ୍ୟାପିକା ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଉଦ୍‌ବୋଧନ ଦେଇଥିଲେ।

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଇଂରାଜୀ ବିଭାଗ ଅଧ୍ୟାପକ ତ୍ରିଲୋଚନ ଦାସ ମଞ୍ଚାସୀନ ଥିଲେ। ସାମ୍ପ୍ରତିକ ସମୟରେ ସ୍ବାସ୍ଥ୍ୟ ଜନିତ ବିପଦ କାରଣରୁ ସେଗୁଡିକର ନିରାକରଣ ଓ ଚିକିତ୍ସା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଏହି ପାଠଚକ୍ର ମୂଳ ଉଦ୍ଦେଶ୍ୟ ବୋଲି ପାଠଚକ୍ରରେ ମତପ୍ରକାଶ ପାଇଥିଲା। ଯୁକ୍ତ ୩ ବିଜ୍ଞାନ ବିଭାଗ ତୃତୀୟ ବର୍ଷ ଛାତ୍ରୀ ଏମ୍‌. ସୋନାଲି ପାତ୍ର, ରଶ୍ମିତା ସ୍ବାଇଁ, ଦ୍ୱିତୀୟ ବର୍ଷ ଛାତ୍ରୀ ବର୍ଷା ପଟ୍ଟନାୟକ, ପୂଜା ନାହାକ, ଛାତ୍ର ଏ. ବସନ୍ତ ରେଡ୍ଡୀ ଏବଂ ପ୍ରଥମ ବର୍ଷ ଛାତ୍ରୀ ବିଦୁସ୍ମିତା ରଥ ସ୍ବରଚିତ ସନ୍ଦର୍ଭ ଓ ପତ୍ରିକା ପଠନ କରିଥିଲେ। ଅଧ୍ୟାପିକା ବୁଜ୍ଜି ରେଡ୍ଡୀ ଧନ୍ୟବାଦ ଅର୍ପଣ କରିଥିଲେ। ଯୁକ୍ତ ୩ ପ୍ରାଣୀ ବିଜ୍ଞାନ ବିଭାଗର ସମସ୍ତ ଛାତ୍ରୀଛାତ୍ରଙ୍କ ସମେତ ସମସ୍ତ ଅଧ୍ୟାପିକା ଅଧ୍ୟାପକ ଏବଂ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରାଣୀ ବିଜ୍ଞାନ ବିଭାଗ ତରଫରୁ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଶେଷରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?