Posted inଜାତୀୟ

ସମସ୍ତଙ୍କୁ ମିଳିବ ସ୍ମାର୍ଟ ହେଲଥ୍‌ କାର୍ଡ

ନୂଆଦିଲ୍ଲୀ,୧୫।୮: ଦେଶର ସମସ୍ତ ଲୋକଙ୍କୁ ଏବେ ମିଳିବ ଡିଜିଟାଲ ସ୍ମାର୍ଟ ହେଲଥ୍‌ କାର୍ଡ। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ରୋଗର ବିବରଣୀ, ଔଷଧ ବିଷୟରେ ଆବଶ୍ୟକ ତଥ୍ୟ, ହସ୍ପିଟାଲ ଏବଂ ଔଷଧ ଦୋକାନର ତଥ୍ୟ ଆଦି ରହିବ। ଏହି ସ୍ମାର୍ଟ କାର୍ଡ ଦ୍ୱାରା ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସହଜରେ ଲୋକଙ୍କୁ ଚିକିତ୍ସା ପ୍ରଦାନ କରାଯାଇ ପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧିନତା ଦିବସ ଅବସରରେ ଜାତୀୟ ଡିଜିଟାଲ ହେଲଥ୍‌ ମିଶନର ଶୁଭାରମ୍ଭ କରି ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏପରି କହିଛନ୍ତି। ଡାକ୍ତର କାର୍ଡ ଦ୍ୱାରା ସମ୍ପୃକ୍ତ ବ୍ୟକ୍ତିଙ୍କ ରୋଗ, ସେ ବ୍ୟବହାର କରୁଥିବା ଔଷଧ ସମ୍ପର୍କରେ କମ୍‌ ସମୟ ମଧ୍ୟରେ ଜାଣିପାରିବେ। ଏହାଦ୍ୱାରା ପରବର୍ତ୍ତୀ ଚିକିତ୍ସା ସହଜ ହୋଇପାରିବ। ଏଥିରେ ହେଲ୍‌ଥ ଆଇଡି, ବ୍ୟକ୍ତିଗତ ସ୍ବାସ୍ଥ୍ୟ ରେକର୍ଡ, ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ତଥ୍ୟ ଏବଂ ସ୍ବାସ୍ଥ୍ୟ ସେବା ସୁବିଧା ରେଜିଷ୍ଟ୍ରି ଆଦି ୪ଟି ବୈଶିଷ୍ଟ୍ୟ ରହିବ ବୋଲି ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି। ପରବର୍ତ୍ତୀ ସମୟରେ ଏହି କାର୍ଡରେ ଟେଲିମିଡ଼ସିନ୍‌ ଏବଂ ଇ-ଫାର୍ମାସୀ ବୈଶିଷ୍ଟ୍ୟକୁ ଅନ୍ତର୍ଭୁକ୍ତ କରାଯିବ। ଏହାଦ୍ୱାରା ସରକାରଙ୍କୁ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ଯୋଜନା ପ୍ରସ୍ତୁତ ଏବଂ ଏହାର ପ୍ରଣୟନ କ୍ଷେତ୍ରରେ ସୁବିଧା ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri