ସମସ୍ତଙ୍କୁ ମିଳବ ସୁଭଦ୍ରା ଟଙ୍କା, କାହିଁକି ହଠାତ୍‌ ପୁଣି ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୮: ‘ସୁଭଦ୍ରା’ ପ୍ରସଙ୍ଗକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବିଜେଡିକୁ କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ୨୧ରୁ ୬୦ ବୟସ୍କ ମହିଳାଙ୍କ ସଂଖ୍ୟା ୨ କୋଟି ୨୫ ଲକ୍ଷ। ସ୍ବଚ୍ଛଳ ବର୍ଗଙ୍କୁ ଛାଡ଼ିଦେଲେ ୨୧ରୁ ୬୦ ବର୍ଷର ମହିଳାଙ୍କ ସଂଖ୍ୟା ପାଖାପାଖି ୧ କୋଟି। ୧ କୋଟି ୮ ଲକ୍ଷ ମହିଳାଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ। ଯଦି ଆଉ କିଛି ମହିଳା ପାଇବେନି ବୋଲି ବିଜେଡି ଅନୁଭବ କରେ, ମୋତେ ଚିଠା ପଠେଇବେ, ମୁଁ ସମସ୍ତଙ୍କୁ ଦେବି ବୋଲି ପରିଡ଼ା କହିଛନ୍ତି। ଲଲିପପ ଦେଖାଉଥିବା ଲୋକଙ୍କୁ ଲଲିପପ ଦେଖାଯାଏ। ହେଲେଭାଜପା ପ୍ରତିଶ୍ରୁତିବଦ୍ଧ ବୋଲି ସେ ଦୃଢ଼ଉକ୍ତି ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ସୁଭଦ୍ରା ଯୋଜନା ନାଁରେ ଭାଣ୍ଡାମି କରିଛି ଭାଜପା, ମହିଳାଙ୍କୁ ଲଲିପପ ଧରାଇଛି ବୋଲି ବିଜେଡି ପ୍ରଶ୍ନ ଉଠାଇଥିଲା। ଯୋଜନା ନେଇଭାଜପାକୁ ଟାର୍ଗେଟ କଲା ବିଜେଡି । ସୁଭଦ୍ରା ଯୋଜନା ନାଁରେ ପ୍ରବଞ୍ଚନା କରିଛି ଭାଜପା । ମହିଳାଙ୍କୁ ଦୁଇ ବର୍ଷରେ ୫୦ ହଜାର ଦେବେ କହିଥିଲେ ଏବେ ୫ ବର୍ଷରେ ୫୦ ହଜାର ଦେବାକୁ SOP ଆଣିଛନ୍ତି ।

ମାସକୁ ୮୩୩ଟଙ୍କା ଅର୍ଥାତ ଦିନକୁ ୨୭ଟଙ୍କା ଦେବେ । ଭତ୍ତା ପ୍ରତିଶୃତି ଦେଇ ମଧ୍ୟ ଠକିଛନ୍ତି ସରକାର । ସତ୍ୟ ଓ ତଥ୍ୟ ମଧ୍ୟରେ ତାଳମେଳ ନଥାଏ ଯୋଜନାରୁ ୧ କୋଟି ମହିଳା ବଂଚିତ ହେବେ ବୋଲି ବର୍ଷିଛି ବିଜେଡି । ସେପଟେ ଭାଜପା ସରକାରଙ୍କୁ ମିଛୁଆ ରାଧୁଆର ସରକାରର ଆଖ୍ୟା ଦେଇଛନ୍ତି  ସୁଲତା ଦେଓ । ଏ ସରକାରରେ ଆଳୁ କିଲୋ ୫୦, ପିଆଜ କିଲୋ ୬୦ଟଙ୍କା । ଦିନରେ ତାରା ଦେଖାଇବା ବନ୍ଦ କରନ୍ତୁ ସରକାର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?