ସଭିଏଁ ପଢ଼ିବେ ସଭିଏଁ  ବଢ଼ିବେ: ଆସ ସ୍କୁଲ ଯିବା …

ଦିଗପହଣ୍ଡି,୧୯।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମସରକାରୀ ଉଚ୍ଚ ବିଦ୍ୟାଳୟ ପକ୍ଷରୁ ‘ଆସ ସ୍କୁଲ ଯିବା’ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆଦୌ ସ୍କୁଲ ଯାଇ ନ ଥିବା ଏବଂ ୧୮ ବର୍ଷରୁ କମ ବୟସର ଯେଉଁ ପିଲାମାନେ ପାଠ ପଢା ଛାଡ଼ି ଦେଇଛନ୍ତି।
ସେମାନଙ୍କୁ ପୁଣି ବିଦ୍ୟାଳୟରେ ନାମ ଲେଖାଇବା ପାଇଁ ଏହି ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ପରିସରରୁ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରିବାସହ ଲୋକଙ୍କୁ ପ୍ରଚାରପତ୍ର ବଣ୍ଟନ କରିଥିଲେ। ପଦଯାତ୍ରାରୁ ଫେରିବା ପରେ ବିଦ୍ୟାଳୟ ଇକୋ କ୍ଳବ ତରଫରୁ ”ଏକ ପେଡ ମା କେ ନାମ” କାର୍ଯ୍ୟକ୍ରମ ଅନୁଯାୟୀ ଛାତ୍ରୀଛାତ୍ର ବୃନ୍ଦ ବିଭିନ୍ନ କିସମର ଚାରା ରୋପଣ କରିବା ସହ ସେଗୁଡିକର ଯତ୍ନ ନେବା ପାଇଁ ଶପଥ ପାଠ କରିଥଲେ। ପ୍ରଧାନଶିକ୍ଷୟିତ୍ରୀ ସସ୍ମିତା ନାୟକ  ତତ୍ତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ଦୀପ୍ତିରାଣୀ କାଟା, ଶୁଭମିକା ରଥ,ନିବେଦିତା ନାୟକ,ଶିକ୍ଷକ ତ୍ରିଲୋଚନ ନାୟକ,ଉପେନ୍ଦ୍ର କୁମାର ମିଶ୍ର,ଅମୂଲ୍ୟ ରଞ୍ଜନ ଭୁଜବଳ ଓ ଅଜୟ କୁମାର ବିଶ୍ବାଳ ପ୍ରମୁଖ ସହଯୋଗ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri