‘ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା’, ସଭାରେ ଯୋଗ ଦେଇ ଉପଜିଲାପାଳ କହିଲେ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମଙ୍ଗଳବାର ବନଖଣ୍ଡସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ
ଡିଏଫଓ ହିମାଂଶୁ ଶେଖର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜଙ୍ଗଲ ନିଆଁକୁ ରୋକିବାକୁ ହେଲେ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି କହିଥିଲେ । ଏଥିପ୍ରତି ସମସ୍ତେ ସଚେତନ ହୋଇ ପଦକ୍ଷେପ ନେବାକୁ ଉପଜିଲାପାଳ ଉପସ୍ଥିତ କର୍ମଚାରୀ ଏବଂ ଅନ୍ୟମାନଙ୍କୁ ଆହ୍ବାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ବିଡିଓ ଭାରତୀ ଦେବୀ, ତହସିଲଦାର ଅଭିପ୍ସା ପଟ୍ଟନାୟକ, ବେଲଗୁଣ୍ଠା ବିଡିଓ, ଏସଡିପିଓ ଦୀପକ କୁମାର ମିଶ୍ର, ଭଞ୍ଜନଗର ଦମକଳ କେନ୍ଦ୍ରର ହାବିଲଦାର କେ ଦଣ୍ଡବାବୁ, ଭଞ୍ଜନଗର ଅତିରିକ୍ତ ଜିଲା କୃଷି ଅଧିକାରୀ , ଏସିଏଫ ବିମଳ ପ୍ରଧାନ,ବିବେକ ଦାସ, ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ,ରଙ୍କନିଧି ପାତ୍ର, ସୁଶାନ୍ତ ସାହୁ
ପ୍ରମୁଖ ଆଲୋଚନାରେ ଭାଗ ନେଇ ଜଙ୍ଗଲ ନିଆଁକୁ କିଭଳି ରୋକାଯାଇପାରିବ ସେନେଇ କହିଥିଲେ।

ସୂଚନାଯୋଗ୍ୟ , ବିଭିନ୍ନ ସାଟେଲାଇଟ ମାଧ୍ୟମରେ ବନ ବିଭାଗକୁ ଜଙ୍ଗଲ ନିଆଁ କେଉଁଠି ଲାଗୁଛି ସେନେଇ ସୂଚନା ଆସୁଛି। ଏହାକୁ ଭିତ୍ତିକରି ଜଙ୍ଗଲ ନିଆଁକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯାଉଛି। ସାଟେଲାଇଟରୁ ଆସୁଥିବା ଚିତ୍ର ଜଙ୍ଗଲ ନିଆଁକୁ ନିୟନ୍ତ୍ରଣ କରିବା ବର୍ତ୍ତମାନ ସହଜ ହୋଇପଡିଛି। ଗତବର୍ଷ ଜାନୁୟାରୀ ମାସରୁ ଜୁନ ମାସ ମଧ୍ୟରେ ଏହି ବନଖଣ୍ଡରେ ୨୫୭ ରୁ ଅଧିକ ସ୍ଥାନରେ ଜଙ୍ଗଲ ନିଆଁ ଲାଗିଥିଲା। ପୂର୍ବ ବର୍ଷ ଅପେକ୍ଷା ଏହା ବହୁତ କମ୍‌। ତେଣୁ ଚଳିତ ବର୍ଷ ମଧ୍ୟ ଯେଭଳି ଅଧିକ କ୍ଷତି ଯେଭଳି ନହେବ ସେଥିପ୍ରତି ବର୍ତ୍ତମାନ ଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ବିଗତ ଦିନରେ ଦମକଳବାହିନୀ ଏବଂ ବନ ବିଭାଗ ମିଳିତ ଭାବେ ଜଙ୍ଗଲ ନିଆଁ ଲିଭାଉଥିଲେ। ଚଳିତବର୍ଷ ପୋଲିସକୁ ଏଥିରେ ସାମିଲ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏଥିସହ ସହର ମଧ୍ୟରେ ସଚେତନତା କାର୍ଯ୍ୟକ୍ରମ କରାନଯାଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମ ଗୁଡିକରେ ଏହିଭଳି କାର୍ଯ୍ୟକ୍ରମ କରାଗଲେ ସରକାରଙ୍କ ଲକ୍ଷ୍ୟ ସାଧନ ହୋଇପାରିବ ବୋଲି କେତେକ ବକ୍ତା ମତପ୍ରକାଶ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ଆମେରିକା-ଇରାନ ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସମୟସୀମା ସ୍ଥିର କଲେ ଟ୍ରମ୍ପ! ଏହି ଦିନ…

ଓ୍ବାଶିଂଟନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକା ପ୍ରଥମ ଥର ପାଇଁ ସ୍ପଷ୍ଟ ଭାବରେ ସୂଚିତ କରିଛି ଯେ ଇରାନ ବିରୁଦ୍ଧରେ ଏହାର ସାମରିକ ଅଭିଯାନ ଦୀର୍ଘ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri