ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ ଡେଫିଲେ ୨୦୨୬’ରେ ଐଶ୍ୱର୍ଯ୍ୟା ରାମ୍ପ ୱାକ କରିଛନ୍ତି। ସେ ରାମ୍ପରେ ପ୍ରବେଶ କରିବା ମାତ୍ରେ ଦର୍ଶକଙ୍କ ନଜର ତାଙ୍କ ଉପରେ ଅଟକି ଯାଇଥିଲା।

ଲୋରିଆଲ ପ୍ୟାରିସ୍‌ର ଦୀର୍ଘଦିନର ଆମ୍ବାସାଡର୍‌ ଐଶ୍ୱର୍ଯ୍ୟା ଡିଜାଇନର୍‌ ୟାରା ଶୁମେକରଙ୍କ ଫଲ/ୱିଣ୍ଟର୍‌ ୨୦୨୬-୨୭ କଲେକ୍ସନ୍‌ର ଏକ ଆକର୍ଷଣୀୟ ପୋଷାକ ପିନ୍ଧିଥିଲେ। କଳା ରଙ୍ଗର ଫିଟେଡ ଭେଲଭେଟ ଡ୍ରେସ ଉପରେ ବିଶେଷ ଟେକ୍ସଚର୍‌ ଓ ୩ଡି ଫ୍ରିଞ୍ଜ ଏମ୍ବ୍ରଏଡରି କରାଯାଇଥିଲା। ଏହା ଉପରେ କ୍ରିଷ୍ଟାଲ୍‌ରେ ସଜାଯାଇଥିବା କେପ ତାଙ୍କ ଲୁକ୍‌କୁ ଆହୁରି ଚମକାଇ ଥିଲା। ଏହା ସହ ଐଶ୍ୱର୍ଯ୍ୟା କ୍ରାଉନ ଷ୍ଟାଇଲ ହେଡପିସ ପିନ୍ଧିଥିଲେ।
ଏହି ଫ୍ୟାଶନ ଇଭେଣ୍ଟରେ ଐଶ୍ୱର୍ଯ୍ୟାଙ୍କ ବ୍ୟତୀତ ଅନେକ ଅନ୍ତର୍ଜାତୀୟ ତାରକା ଓ ଲୋରିଆଲ ପ୍ୟାରିସ୍‌ ଆମ୍ବାସାଡର୍‌ ମଧ୍ୟ ଯୋଗ ଦେଇଥିଲେ। ସିମୋନ ଏଶ୍ଲି, ସେଲିନ ଡିଅନ, ଇଭା ଲଙ୍ଗୋରିଆ ଓ କେଣ୍ଡାଲ ଜେନରଙ୍କ ଭଳି ତାରକାମାନେ ଏଥିରେ ସାମିଲ ହୋଇଥିଲେ।

ଚଳିତ ବର୍ଷ ଆରମ୍ଭରେ ଐଶ୍ୱର୍ଯ୍ୟା କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ମଧ୍ୟ ନିଜ ଫ୍ୟାଶନ ଷ୍ଟାଇଲକୁ ନେଇ ଚର୍ଚ୍ଚାରେ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?