Posted inଜାତୀୟ

Delhi Cm : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସବୁ କିଛି ବଦଳିଲା, ହେଲେ ବଦଳିଲାନି ଏହି ଦୁଇ ଜିନିଷ, ଆପ୍‌ ହେଲା ଖୁସି

ନୂଆଦିଲ୍ଲୀ,୨୨ା୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଶପଥ ନେବା ମାତ୍ରେ ଆକ୍ସନ ମୋଡ଼କୁ ଆସିଛନ୍ତି। ପ୍ରଥମ କ୍ୟାବିନେଟ୍‌ ବୈଠକରେ ମହିଳାଙ୍କୁ ୨୫୦୦ ଟଙ୍କା ସମ୍ମାନ ରାଶି ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କ ବ୍ୟକ୍ତିଗତ କର୍ମଚାରୀଙ୍କ ସେବାକୁ ମଧ୍ୟ ଶେଷ କରିଛନ୍ତି। ତଥାପି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ କେଜ୍‌ରିଓ୍ବାଲଙ୍କ ସଙ୍କେତ ଏବେ ବି ଦୃଶ୍ୟମାନ, ଯାହା ଆମ ଆଦ୍‌ମୀ ପାର୍ଟିକୁ ମଧ୍ୟ ଖୁସି କରିବ।

ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବା ପରେ ରେଖା ସଚିବାଳୟ କାର୍ଯ୍ୟାଳୟରେ ଏକ ଖବରଦାତା ସମ୍ମିଳନୀ କରିଥିଲେ। ସେତେବେଳେ ବାବା ସାହେବ ଆମ୍ବେଦକର ଏବଂ ଭଗତ ସିଂହଙ୍କ ଫଟୋ ପୂର୍ବ ପରି ପଛ କାନ୍ଥରେ ଝୁଲୁଥିବା ଦେଖାଯାଇଥିଲା। ଏହି ଫଟୋଗୁଡ଼ିକ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ ଥିବା ସମୟରେ ଲଗାଇଥିଲେ।

Delhi portfolios allocated, Arvind Kejriwal to stay without a ministry: Report | Latest News India - Hindustan Times

କେଜ୍‌ରିଓ୍ବାଲ ଗଣତନ୍ତ୍ର ଦିବସରେ ଘୋଷଣା କରି କହିଥିଲେ ଯେ, ଦିଲ୍ଲୀ ସରକାରଙ୍କ ସମସ୍ତ କାର୍ଯ୍ୟାଳୟରେ ବାବା ସାହେବ ଆମ୍ବେଦକର ଏବଂ ଭଗତ ସିଂହଙ୍କ ଫଟୋ ଲଗାଯିବ। ସେ କହିଥିଲେ, ଆମେ କୌଣସି ରାଜନୈତିକ ନେତାଙ୍କ ଫଟୋ ଲଗାଇବୁ ନାହିଁ। ତେଣୁ ସେହି କଥାକୁ ମାନି ରେଖା ତାଙ୍କ କାର୍ଯ୍ୟାଳୟରୁ ଏହି ଫଟୋ ଦୁଇଟି ହଟାଇ ନାହାନ୍ତି। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ କେଜ୍‌ରିଓ୍ବାଲଙ୍କ ଏହି ପ୍ରତୀକ ଏବେ ବି ରହିଛି, ଯାହା ଆପକୁ ମଧ୍ୟ ଖୁସି କରିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri